www.samajalive.in
Monday, December 8, 2025
20.1 C
Bhubaneswar

କାରଖାନାରେ ଅଗ୍ନିକାଣ୍ଡ; ୬ ମୃତ, ୧୨ ଗୁରୁତର

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ଏକ ରାସାୟନିକ କାରଖାନାରେ ଭୟାବହ ଅଗ୍ନିକଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନା​‌ରେ ଭର୍ତ୍ତି କରାଯାଇଛି । କୁହାଯାଉଛି କି ନାଇଟ୍ରିକ୍‌ ଏସିଡ ଲିକ୍‌ ଯୋଗୁ ଏପରି ଅଗ୍ନିକାଣ୍ଡ ଘଟିଛି । ସୂଚନା ମୁତାବକ ପଶ୍ଚିମ ଗୋଦାବରୀ ଜିଲ୍ଲାର ଏକ୍କ୍ରିରେଡିଗୁଡେମରେ ଏହି ଅଘଟଣ ହୋଇଛି । ମୃତକ ୬ଜଣଙ୍କ ମଧ୍ୟରୁ ୪ଜଣ ବିହାରର ଥିବା ସୂଚନା ମିଳିଥିବା ବେଳେ ଏବେ ସୁଦ୍ଧା ଅନ୍ୟ ଦୁଇଜଣଙ୍କ ମୃତଦେହ ଉଦ୍ଧାର କରାଯାଇପାରିନାହିଁ ।

ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି । ଗୁରୁତରଙ୍କ ପାଇଁ ୫ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ସହାୟତା ଦିଆଯିବା ନେଇ ଘୋଷଣା ହୋଇଛି । ତାହା ସମସ୍ତ ଘଟଣା ଉପରେ ନଜର ରଖିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ  ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories