www.samajalive.in
Saturday, December 6, 2025
16.1 C
Bhubaneswar

ବାହାନଗା ଟ୍ରେନ୍‌ ଦୁର୍ଘଟଣା; ସହାୟତା ଘୋଷଣା କଲେ ଆନ୍ଧ୍ର ସରକାର

ଡେସ୍କ: ବାଲେଶ୍ବର ବାହାନଗା ଭୟଙ୍କର ଟ୍ରେନ୍ ଦୁର୍ଘଟଣା ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ଆନ୍ଧ୍ର ସରକାର। ରବିବାର ‌ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ନିଜ ରାଜ୍ୟର ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ଦୁର୍ଘଟଣାରେ ଆନ୍ଧ୍ର ପ୍ରଦେଶର ଯେଉଁ ଲୋକମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ଲୋକଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏଥିସହ ଗୁରୁତର ଆହତଙ୍କୁ ୫ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇଦେବାକୁ ନିର୍ଦେଶ ଦେଇଛନ୍ତି ଆନ୍ଧ୍ର ମୁଖ୍ୟମନ୍ତ୍ରୀ। ରବିବାର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ରିଲିଫ ଓ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ବୈଠକରେ ଆର୍ଥିକ ସହାୟତା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରର ସହାୟତା ବ୍ୟତୀତ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁକମ୍ପା ଯୋଗାଇ ଦିଆଯିବ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories