www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରମିକଙ୍କ ବସ ଦୁର୍ଘଟଣାଗ୍ରସ୍ତ ; ୩୮ ଆହତ

ମାଲକାନଗିରି : ଆଜି ଆନ୍ଧ୍ରର ଶ୍ରୀକାକୁଲମ ଜିଲା ପାଇଡିଭୀମାବରମ ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପାଇଡିଭୀମାବରମରେ ଓଡିଶା ଶ୍ରମିକଙ୍କ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ନେଇ ଖବର ମିଳିଛି। ଟ୍ରକକୁ ଏହି ବସ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ପ୍ରାୟ ୩୮ ଜଣ ଓଡିଆ ଶ୍ରମିକ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଆହତଙ୍କୁ ଶ୍ରୀକାକୁଲମ ରିମ୍ସ ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି।
ସୂଚନା ଯୋଗ୍ୟ, ଓଡିଶାରୁ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଶ୍ରମିକଙ୍କୁ କେରଳ ଓ ତାମିଲନାଡୁ ନେଇ ବସଟି ଯାଉଥିଲା। ଆହତଙ୍କ ଅଵସ୍ଥା ଗୁରୁତର ରହିଛି। ଆହତଙ୍କ ମଧ୍ୟରେ ଥିବା ୩୦ ମହିଳା ପଞ୍ଚାୟତ ନିର୍ବାଚନ ସରିବା ପରେ ଘରୋଇ ଠିକା କମ୍ପାନୀକୁ ଦାଦନ ଖଟିବାକୁ ଯାଉଥିଲେ ବୋଲି ସୂଚନା ମିଳିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories