ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁସାରେ ଆଜି ସକାଳୁ ବାଲିଆପଶିର କିଛି ଗ୍ରାମବାସୀ ଶୌଚ ହେବାକୁ ଯାଉଥିବାବେଳେ ଏକ ଦନ୍ତା ହାତୀ ମରି ପଡିଥିବାର ଦେଖିବାକୁ ପାଇଥିଲେ । ଏ ନେଇ ଗ୍ରାମବାସୀମାନେ ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ବର୍ତ୍ତମାନ ପର୍ଯ୍ୟନ୍ତ ହାତୀ ମୃତ୍ୟୁର କାରଣ ସମ୍ପର୍କରେ ଜଣାପଡିନି। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Popular Categories



