ସମାଜଲାଇଭ ଡେସ୍କ: ସମ୍ଭାବ୍ୟ ବାତ୍ୟା ‘ମନ୍ଥା’ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା ସବୁଠୁ ଅଧିକ ପ୍ରଭାବିତ ହେବା ଆଶଙ୍କା କରାଯାଉଛି। ଏହି ଅଞ୍ଚଳରେ ଘଣ୍ଟା ପ୍ରତି ୬୦ରୁ ୮୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ବାତ୍ୟା ଦ୍ଵାରା ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
ବାତ୍ୟା ଦ୍ଵାରା ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନଓ୍ବାଡ଼ି କେନ୍ଦ୍ର
Popular Categories



