www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟର ସମସ୍ତ ଆଇସିଡିଏସ୍‌ ପ୍ରକଳ୍ପରେ ବଣ୍ଟନ ହେଲା ଶୁଖିଲା ରାସନ୍‌

ଭୁବନେଶ୍ୱର: ଦୀର୍ଘ ସାତମାସରୁ ଊର୍ଦ୍ଧ୍ୱ ସମୟ ଧରି କୋଭିଡ୍‌-୧୯ କଠିନ ପରିସ୍ଥିତି ପାଇଁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିଛି। ଚଳିତ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖିବା ନିମନ୍ତେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। କିନ୍ତୁ ଗର୍ଭବତୀ ଓ ପ୍ରସୂତୀ ମହିଳା ତଥା ଶିଶୁମାନଙ୍କ ପାଇଁ ଯୋଗାଇ ଦିଆଯାଉଥିବା ପରିପୂରକ ପୁଷ୍ଟିସାଧନ କାର୍ଯ୍ୟକ୍ରମ ଯେଭଳି ବାଧାପ୍ରାପ୍ତ ନହୁଏ, ସେଥିପାଇଁ ବିଭାଗ ତରଫରୁ ସମସ୍ତ ସମୟୋଚିତ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରାଯାଇଛି।
ଆଜି ମାସର ୧ ତାରିଖ ହୋଇଥିବାରୁ ରାଜ୍ୟର ସମସ୍ତ ଆଇସିଡିଏସ୍‌ ପ୍ରକଳ୍ପ ଅଧୀନରେ ଅଙ୍ଗନବାଡ଼ି କର୍ମୀମାନେ ହିତାଧିକାରୀମାନଙ୍କ ଘରକୁ ଯାଇ ଟେକ୍‌ ହୋମ୍‌ ରାସନ୍‌ ବାବଦରେ ଛତୁଆ, ଲଡୁ, ଅଣ୍ଡା ଆଦି ବଣ୍ଟନ କରିଛନ୍ତି। ୩ରୁ ୬ ବର୍ଷ ବୟସର ଶିଶୁମାନଙ୍କୁ ଅଙ୍ଗନବାଡ଼ି କେନ୍ଦ୍ରରେ ଦିଆଯାଉଥିବା ସକାଳ ଜଳଖିଆ ଏବଂ ରନ୍ଧାଖାଦ୍ୟ ବାବଦକୁ ମଧ୍ୟ ଶୁଖିଲା ରାସନ ଘରେ ଯୋଗାଇ ଦିଆଯାଇଛି। କେଉଁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରାକ୍‌ ବିଦ୍ୟାଳୟ ଶିଶୁମାନଙ୍କ ସକାଳ ଜଳଖିଆରେ ମାଣ୍ଡିଆ ଲଡ଼ୁକୁ ସାମିଲ କରାଯାଇଛି। ତେବେ ବର୍ତ୍ତମାନ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ବନ୍ଦ ରହିଥିବାରୁ ଏହି ଜିଲ୍ଲାରେ ହିତାଧିକାରୀମାନଙ୍କୁ ମାଣ୍ଡିଆ ଚୂନା ପ୍ୟାକେଟ୍‌ ଆକାରରେ ଯୋଗାଇ ଦିଆଯିବା ସହ ଘରେ ଲଡୁ ପ୍ରସ୍ତୁତ କରି ପିଲାମାନଙ୍କୁ ଖାଇବାକୁ ଦେବାପାଇଁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଘରେ ଲଡୁ ପ୍ରସ୍ତୁତ କରି ପିଲାମାନଙ୍କୁ ମା’ମାନେ ଖୁଆଉଥିବା ଜଣାଯାଇଛି। ଅଙ୍ଗନବାଡ଼ି କର୍ମୀମାନେ ଏହା ସୁନିଶ୍ଚିତ କରିବା ସହ ତଦାରଖ ମଧ୍ୟ କରୁଛନ୍ତି। ପରିପୂରକ ପୁଷ୍ଟିସାଧନ କାର୍ଯ୍ୟକ୍ରମର ଶତପ୍ରତିଶତ ସଫଳତାକୁ ସୁନିଶ୍ଚିତ କରିବା ନିମନ୍ତେ ବିଭାଗର ଟେଲି ମନିଟରିଂ ଟିମ୍‌ ହିତାଧିକାରୀମାନଙ୍କ ଠାରୁ ମତାମତ ସଂଗ୍ରହ କରୁଛନ୍ତି ଏବଂ ମୋ ଛତୁଆ ଆପ୍‌ ଏବଂ େୱବ୍‌ସାଇଟ୍‌ ମାଧ୍ୟମରେ ସମସ୍ତ ପ୍ରକ୍ରିୟାକୁ ପରିଚାଳନା କରାଯାଉଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories