www.samajalive.in
Friday, December 5, 2025
26.1 C
Bhubaneswar

ସୋମବାରରୁ ଖୋଲିବ ଅଙ୍ଗନୱାଡ଼ି କେନ୍ଦ୍ର ଓ ସ୍କୁଲ

ଭୁବନେଶ୍ୱର: ଆସନ୍ତାକାଲି ତଥା ଅପ୍ରେଲ ୧୭(ସୋମବାର)ରୁ ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟ ସହିତ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲିବା ନେଇ ରାଜ୍ୟ ସରକାର ନିର୍ଦେଶ ଜାରି କରିଛନ୍ତି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ, ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲିବ।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ଆସନ୍ତାକାଲିଠାରୁ ସବୁ ଅଙ୍ଗନୱାଡ଼ି କେନ୍ଦ୍ରରେ ପାଠପଢ଼ା ହେବ। ଅପରପକ୍ଷରେ ଟାଣଖରାକୁ ଦୃଷ୍ଟିରେ ରଖି ଶିଶୁମାନେ ଯେଭଳି ସମସ୍ୟାରେ ନ ପଡ଼ନ୍ତି ସେଥିପାଇଁ ଅଙ୍ଗନୱାଡ଼ି କେନ୍ଦ୍ରରେ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।

- Advertisement -

ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଅପ୍ରେଲ ୧୭ରୁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ପାଠପଢ଼ା ସକାଳ ୭ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ଚାଲିବ ।
ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳମାନେ ସେମାନଙ୍କ ଜିଲାର ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ଛୁଟି ଘୋଷଣା କରିପାରିବେ । ପୁନଶ୍ଚ, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରମାନଙ୍କୁ ଯତ୍ନବାନ ହେବା ପାଇଁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଛି ।

 

ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳମାନେ ସେମାନଙ୍କ ଜିଲାର ବିଦ୍ୟାଳୟମାନଙ୍କର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ ଓ ଆବଶ୍ୟକ ପଡ଼ିଲେ ବିଦ୍ୟାଳୟଗୁଡ଼ିକର ଛୁଟି ଘୋଷଣା କରିପାରିବେ । ପୁନଶ୍ଚ, ବିଦ୍ୟାଳୟଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷ ଯତ୍ନବାନ ହେବା ପାଇଁ ନିର୍ଦେଶ ଦିଆଯାଇଛି।

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories