www.samajalive.in
Monday, December 8, 2025
13.1 C
Bhubaneswar

ଆଜିଠାରୁ ଖୋଲିଲା ଅଙ୍ଗନବାଡ଼ି କେନ୍ଦ୍ର

ଭୁବନେଶ୍ୱର: ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ତରଫରୁ ଫେବୃଆରୀ ମାସ ପାଇଁ ଜାରି କରାଯାଇଥିବା କୋଭିଡ ଗାଇଡ୍‌ଲାଇନ ଆଧାରରେ ଆଜି ଦୀର୍ଘ ୧୦ମାସ ପରେ ଆବଦ୍ଧ ଅଞ୍ଚଳ ବ୍ୟତୀତ ରାଜ୍ୟର ସମସ୍ତ ଆଇସିଡିଏସ୍‌ ପ୍ରକଳ୍ପ ଅଧୀନରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ଖୋଲାଯାଇଛି । ମହିଳା ଓ ଶିଶୁ ବିକାଶ ଓ ମିଶନଶକ୍ତି ବିଭାଗ ପକ୍ଷରୁ ନିର୍ଦ୍ଧାରିତ ଏସ୍‌ଓପି ଅନୁସାରେ ଗତ ଦୁଇଦିନ ଧରି ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ବିଶୋଧନ କରାଯାଇଥିଲା। ପ୍ରତ୍ୟହ ଦିନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ଦୁଇଘଣ୍ଟା ଅଙ୍ଗନବାଡ଼ି ଖୋଲିବା ନିମନ୍ତେ ନିର୍ଦ୍ଦେଶନାମା ଜାରି କରାଯାଇଛି। ପିଲାମାନେ ଅଙ୍ଗନବାଡ଼ି କେନ୍ଦ୍ରରେ ପହଞ୍ଚିବା ପରେ ସେମାନଙ୍କୁ ହାତ ପରିଷ୍କାର କରି ଧୋଇବା ସହ ପାରମ୍ପରିକ ରୀତିନୀତିରେ ପୁଷ୍ପ ଦେଇ ସ୍ୱାଗତ କରାଯାଇଥିଲା। ପିଲାମାନେ ବହୁ ଦିନ ପରେ ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା ଲାଭ ପାଇଁ କେନ୍ଦ୍ରକୁ ଆସିଥିବାରୁ ଅତ୍ୟନ୍ତ ଖୁସି ଥିଲେ। ସେମାନଙ୍କୁ କେନ୍ଦ୍ରରେ ଗରମ ରନ୍ଧା ଖାଦ୍ୟ ପରିବେଷଣ କରାଯାଇଥିଲା।


ଏହାବ୍ୟତୀତ ଆଜି ମାସର ୧ ତାରିଖ ହୋଇଥିବାରୁ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକରେ ଗର୍ଭବତୀ, ପ୍ରସୂତୀ ମହିଳା ତଥା ଶିଶୁମାନଙ୍କ ପାଇଁ ଟେକ୍‌ ହୋମ୍‌ ରାସନ ବଣ୍ଟନ କରାଯାଇଥିଲା। କେତେକ ସ୍ଥଳରେ ପୂର୍ବାହ୍ନ ୧୧ଟା ପରେ ଅଙ୍ଗନବାଡ଼ି କର୍ମୀମାନେ ହିତାଧିକାରୀମାନଙ୍କ ଘରେ ପହଞ୍ଚି ଶୁଖିଲା ରାସନ୍‌ ବଣ୍ଟନ କରିଥିଲେ। ଏହିସବୁ କାର୍ଯ୍ୟକ୍ରମ ସମୟରେ କୋଭିଡ୍‌ ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରାଯାଇଥିଲା। ବିଭାଗୀୟ ପ୍ରମୁଖ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଦର ମହକୁମା ଏବଂ ଜିଲାସ୍ତରୀୟ ବରିଷ୍ଠ ଅଧିକାରୀମାନେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ବୁଲି ଦେଖିବା ସହ ଏହାର ପରିଚାଳନା ବ୍ୟବସ୍ଥାକୁ ତଦାରଖ କରିଛନ୍ତି।

- Advertisement -

ଅନେକଗୁଡ଼ିଏ ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାମାନଙ୍କୁ ସ୍ୱାଗତ କରିବା ନିମେନ୍ତ ସାଜସଜ୍ଜା କରିଥିବା ମଧ୍ୟ ଦେଖିବାକୁ ମିଳିଛି। ପିତାମାତା ଓ ଅଭିଭାବକମାନେ ଦୀର୍ଘଦିନ ପରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିଥିବାରୁ ଏବଂ ଉତ୍ତମ ପରିଚାଳନା ବ୍ୟବସ୍ଥା କରାଯାଇଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି। ପ୍ରାୟ ସମସ୍ତ କେନ୍ଦ୍ରରେ ଅଧିକାଂଶ ଶିଶୁ ଉପସ୍ଥିତ ଥିଲେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories