www.samajalive.in
Monday, December 8, 2025
20.1 C
Bhubaneswar

ବଢ଼ିଲା ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ, ମିଳିବ ସାମାଜିକ ସୁରକ୍ଷା ସହାୟତା ରାଶି

ଡେସ୍କ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ଗଧ ଖୋଜିଥିଲା ୨ ହଜାର ବର୍ଷ ପୁରୁଣା ରହସ୍ୟମୟ ସ୍ଥାନ, ସମସ୍ତେ ହେଲେ ଆଶ୍ଚର୍ଯ୍ୟ

- Advertisement -

ଏହି ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହୋଇଛି। ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

କ୍ୟାବିନେଟ ନିଷ୍ପତ୍ତି – ପିଏମ ସୂର୍ଯ୍ୟ ଘର ଯୋଜନା ପାଇଁ ୭୫ ହଜାର ୨୧ କୋଟି ଟଙ୍କା ମଂଜୁର

ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ। ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ – ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ ୫ରୁ ୧୦ ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ।

ଏକ୍ସରେ ମିଳିବ ଅନେକ ସୁବିଧା, ୟୁଟ୍ୟୁବକୁ ମିଳିପାରେ କଡା ଟକ୍କର

ସେହିପରି ଅଙ୍ଗନବାଡି କର୍ମଚାରୀଙ୍କ ସେବା ନିବୃତ୍ତିରେ ପାଉଥିବା ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି। ଏହା ୨୦୨୪ ଏପ୍ରିଲ ଠାରୁ ଲାଗୁହେବ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନବାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ।

କଠିନ ପରିସ୍ଥିତିରେ ଆଦିବାସୀଙ୍କ ଜୀବନ, ଯୋଜନା ଅପହଞ୍ଚ – ରାଷ୍ଟ୍ରପତି

ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହି ସୁବିଧା ମଧ୍ୟ ୨୦୨୪ ଏପ୍ରିଲ ଠାରୁ ଲାଗୁ ହେବ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories