www.samajalive.in
Sunday, December 14, 2025
19.1 C
Bhubaneswar

ବିଧାନସଭା ଘେରିବ ଅଙ୍ଗନବାଡ଼ି ସଂଘ

ଭୁବନେଶ୍ୱର : ବିଭିନ୍ନ ଦାବି ନେଇ ଆସନ୍ତା ୬ ତାରିଖରେ ବିଧାନସଭା ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିବ ଭାରତୀୟ ମଜଦୁର ସଂଘ ଦ୍ବାରା ପରିଚାଳିତ ଅଲ ଓଡ଼ିଶା ଅଙ୍ଗନବାଡ଼ି ଲେଡିଜ ୱାର୍କର୍ସ ଆସୋସିଏସନ୍‌। ଏ ନେଇ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ କର୍ମକର୍ତ୍ତା ଚେତାବନୀ ଦେଇଛନ୍ତି।
ଅଙ୍ଗନବାଡ଼ି କର୍ମଚାରୀଙ୍କୁ ସରକାରୀ ଚାକିରିର ମାନ୍ୟତା, ଯେପର୍ଯ୍ୟନ୍ତ ସରକାରୀ ମାନ୍ୟତା ମିଳିନି ସେମାନଙ୍କୁ ମାସିକ ୨୧ହଜାର ଟଙ୍କା ଓ ସହାୟିକାଙ୍କୁ ୧୦ହଜାର ୫୦୦ ଟଙ୍କା, ଅବସରକାଳୀନ ସହାୟତା ରାଶି ୫ଲକ୍ଷ ଟଙ୍କା ପ୍ରଦାନ କରାଯିବା ସହିତ ମାସିକ ୫ ହଜାର ଟଙ୍କା ଅବସରକାଳୀନ ଭତ୍ତା ପ୍ରଦାନ ପ୍ରଭୃତି ଦାବି ରହିଛି। ଏନେଇ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବ ବୋଲି ସମ୍ମିଳନୀରେ ଆଲୋଚନା କରାଯାଇଛି।
ଏହି ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ମଜଦୁର ସଂଘ ରାଜ୍ୟ ସଭାପତି ପୃଥ୍ବୀରାଜ ପଣ୍ଡା, ସାଧାରଣ ସମ୍ପାଦକ ବିନୟ ତ୍ରିପାଠୀ, ସଦସ୍ୟ ବସନ୍ତ ସାହୁ, ଅଖିଳ ଭାରତୀୟ ଅଙ୍ଗନବାଡ଼ି କର୍ମଚାରୀ ମହାସଂଘର ସାଧାରଣ ସମ୍ପାଦିକା ଅଞ୍ଜଳି ପଟେଲ, ରାଜ୍ୟ ସଭାନେତ୍ରୀ ସୁମିତା ମହାପାତ୍ର, ସାଧାରଣ ସମ୍ପାଦିକା ଝୁନୁପମା ଶତପଥୀ ପ୍ରମୁଖ ଯୋଗଦାନ କରିଥିଲେ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories