www.samajalive.in
Friday, December 5, 2025
27.1 C
Bhubaneswar

ଆଜି ଅନୁଗୋଳ ଗସ୍ତ କରିବ କଂଗ୍ରେସର ପରିବେଶ କମିଟି

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଜିଲାରେ ନିର୍ମାଣ ହେଉଥିବା ପ୍ରକଳ୍ପ ଅଞ୍ଚଳରେ ପରିବେଶ ନଷ୍ଟ ହେବା ସହ ଜନସାଧାରଣ ଜଳ, ଜଙ୍ଗଲ, ଜମି ଉପରୁ ଅଧିକାର ହରାଉଛନ୍ତି। ଜଳବାୟୁ ପରିବର୍ତ୍ତନ ହେତୁ ସେମାନଙ୍କ ଜୀବନ ଜୀବିକା ବିପନ୍ନ ହେଉଛି। ଏହି ପରିପ୍ରେକ୍ଷୀରେ ପିସିସି ସଭାପତିଙ୍କ ନିର୍ଦେଶକ୍ରମେ ବିଧାୟକ ଅଶୋକ ଦାସଙ୍କ ଅଧ୍ୟକ୍ଷତାରେ ଗଠିତ ପରିବେଶ ପ୍ରଦୂଷଣ, ବିସ୍ଥାପନ ଓ ଜୀବିକା ଅନୁଧ୍ୟାନ କମିଟି ମଙ୍ଗଳବାର ଅନୁଗୋଳ ଜିଲା ଗସ୍ତ କରିବ। ଉକ୍ତ କମିଟି କ୍ଷେତ୍ର ପରିଦର୍ଶନ କରି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ପରେ ସମାଧାନ ପାଇଁ ଜିଲା ପ୍ରଶାସନ ନିକଟରେ ଦାବି ଉପସ୍ଥାପନ କରିବ ବୋଲି କମିଟିର ଆବାହକ ସୁଧାଂଶୁ ଶେଖର ଦେଓ ଏକ ପ୍ରେସ୍ ବାର୍ତ୍ତାରେ ଜଣାଇଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories