www.samajalive.in
Monday, December 8, 2025
13.1 C
Bhubaneswar

କାର୍ -ବାଇକ୍ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ଅନୁଗୋଳ : ଅନୁଗୋଳ ଜିଲ୍ଲା ଜରପଡା ଥାନା ତୁକୁଡା ଗାଁରେ ବାଇକ୍ ଏବଂ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନା ମୂତାବକ ଜଜରପଡା ଥାନା ତୁକୁଡା ଗାଁର ବିରଞ୍ଚି ସାହୁ ଙ୍କ ପୁଅ ରବି ସାହୁ (୩୫) ଏବଂ ମଙ୍ଗୁଳୁ ନାୟକଙ୍କ ପୁଅ ମନୋଜ ନାୟକ (୩୪) ଏକ ବାଇକ୍ ରେ ତୁକୁଡା ଗାଁ ହାଟଛକ ରୁ ଘରକୁ ଫେରୁଥିଲେ। ଏତିକିବେଳେ ସମ୍ବଲପୁର ଆଡୁ ଆସୁଥିବା ଏକ କାର ତାଙ୍କୁ ଧକ୍କା ଦେଇଥିଲା। ଯାହା ଫଳରେ ଜଣେ ଛିଟିକି ପଡ଼ିଥିଲେ ଏବଂ ଅନ୍ୟ ଜଣେ କାର ଛାତ ଉପରେ ପଡ଼ିଥିଲେ। ସ୍ଥାନୀୟ ଲୋକମାନେ ଉଭୟ ଙ୍କୁ ଉଦ୍ଧାର କରି ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ରବି ସାହୁ ଙ୍କୁ ମୃତ ଘୋଷଣା କରିଥିଲେ। ମନୋଜ ଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଜରପଡା ଥାନା ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories