www.samajalive.in
Monday, December 15, 2025
26.1 C
Bhubaneswar

ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର: ପ୍ରତିବାଦରେ ରାସ୍ତାରୋକ

ଅନୁଗୁଳ : ନିଖୋଜ ନାବାଳିକାର କ୍ଷତାକ୍ତ ମୃତଦେହ ଉଦ୍ଧାର। ଶ୍ୟାମସୁନ୍ଦରପୁର ଗାଁ ନିକଟରେ ଥିବା ଭାଲୁଖାଇ ନାଳ ନିକଟରୁ ୧୦ ବର୍ଷର ନାବାଳିକାର ମୃତଦେହ ଉଦ୍ଧାର ହୋଇଛି । ମୃତ ନାବାଳିକା ସଦର ଥାନା ଶ୍ୟାମସୁନ୍ଦରପୁର ଗାଁର ହୋଇଥିବା ଜଣାପଡିଛି। ଗତକାଲି ଅପରାହ୍ନ ସମୟରୁ ନାବାଳିକା ଜଣକ ନିଖୋଜ ଥିଲେ। ଏ ନେଇ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ। ଆଜି ସକାଳେ ଘର ପାଖ ନାଳରୁ କ୍ଷତାକ୍ତ ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାକାଣ୍ଡର କାରଣ ଜଣାପଡିନଥିବାବେଳେ ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିବାବେଳେ ଅନୁଗୁଳ-ବନ୍ତଳା ରାସ୍ତା ଅବରୋଧ କରାଯାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories