www.samajalive.in
Saturday, December 6, 2025
26.1 C
Bhubaneswar

ବାଇକକୁ ଧକ୍କା ଦେଲା ଟ୍ରକ୍‌‌; ବାପା-ପୁଅ ମୃତ

ଅନୁଗୁଳ : ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ବାପା ଓ ପୁଅର ଜୀବନ। ଟ୍ରକ ଧକ୍କାରେ ବାପା ଓ ପୁଅର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଭଣଜାକୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ମୃତାହତ ସୁନାଖଣି ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଅନୁଗୋଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ଆଜି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ବର୍ଷର ପୁଅ ସମେତ ବାପାଙ୍କର ମୃତ୍ୟୁ ହୋଇଛି । ସୌଭାଗ୍ୟ ବଶତଃ ଅଳ୍ପକେ ଭଣଜା ବର୍ତ୍ତି ଯାଇଛନ୍ତି । ତାଳଚେର ଗୋଡ଼ିବନ୍ଧ ଅଞ୍ଚଳରେ ରହୁଥିବା ଏମଡି ଆସିଫ ଏକ ମୋଟରସାଇକେଲରେ ତାଙ୍କ ସାଢ଼େ ତିନି ବର୍ଷର ପୁଅ ଏମଡି ଅସିବାର ଓ ଭଣଜା ଏମଡି କ୍ଷୀରୋଦଲାଲଙ୍କ ସହ ତାଳଚେର ବଜାରକୁ ଆସିଥିଲେ । ବଜାରରୁ ସଉଦାପତ୍ର କିଣି ସେ ଗୋଡିବନ୍ଧ ଆଡକୁ ଫେରୁଥିବା ବେଳେ ବାଙ୍କଧରା ଛକ ନିକଟରେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ବାପା ଆସିଫ ଓ ପୁଅ ଆସିବାରଙ୍କ ମୃତ୍ୟୁ ହୋଇଥିଲା । ଭଣଜା କ୍ଷୀରୋଦଲାଲ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଘଟଣାକୁ ନେଇ ଉତ୍ତେଜନା ଦେଖା ଦେଇଛି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକ ମାନଙ୍କୁ ବୁଝାସୁଝା କରୁଛନ୍ତି ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories