www.samajalive.in
Saturday, December 13, 2025
26.1 C
Bhubaneswar

ସାଇବର ଠକକୁ ଜମନତାରାରୁ ଗିରଫ କଲା ଅନୁଗୁଳ ପୁଲିସ

ଅନୁଗୁଳ: ଅନୁଗୁଳ ଜିଲ୍ଲା ପୁଲିସକୁ ଏକ ବଡ଼ ସଫଳତା ମିଳିଛି। ସାଇବର ଠକେଇରେ ସମ୍ପୃକ୍ତ ଜଣେ ସାଇବର ଠକକୁ ଜମନତାରାରୁ ଗିରଫ କରିବା ସହ ଟଙ୍କା ଜବତ କରାଯାଇଛି। ଅନୁଗୁଳ ଜିଲ୍ଲା ବନ୍ଧନ ବ୍ୟାଙ୍କର ଶାଖା ପରିଚାଳକଙ୍କ ଆକାଉଣ୍ଟରୁ ଲକ୍ଷ ଲକ୍ଷ ଟଙ୍କାର ସାଇବର ଠକେଇ ମାମଲାରେ ଓଡ଼ିଶା ପୁଲିସ ଜମନତାରାରୁ ସାଇବର ଅପରାଧୀଙ୍କୁ ଗିରଫ କରିଛି। ଅନୁଗୁଳ ପୁଲିସ ଅପରାଧୀଙ୍କୁ ସାଙ୍ଗରେ ନେଇ ଓଡ଼ିଶା ଆସୁଛି। ଜମନତାରା ସାଇବର କ୍ରାଇମବ୍ରାଞ୍ଚ ସହାୟତାରେ ଅନୁଗୁଳ ପୁଲିସ ଜମନତାରା ସାଇବର ଠକଙ୍କ ଉପରେ ଚଢ଼ାଉ କରିଥିଲା। ଫଳରେ ଜଣଙ୍କୁ ଧରିବାରେ ସଫଳ ହେବା ସହ ତା’ଠାରୁ ଏକ ଲକ୍ଷ ଟଙ୍କା ଜବତ କରିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ , ଅନୁଗୁଳ ସହରରେ ବନ୍ଧନ ବ୍ୟାଙ୍କ ଶାଖା ପରିଚାଳକ ଭାବେ କାମ କରୁଥିବା ମାନସ ରଞ୍ଜନ ଖୁଣ୍ଟିଆଙ୍କ ଆକାଉଣ୍ଟରେ ୧୨ ଲକ୍ଷ ଟଙ୍କା ଥିଲା। ଶନିବାର ହଠାତ୍ ତାଙ୍କୁ ଏକ ଅଜଣା ମୋବାଇଲରୁ ଫୋନ୍ କଲ୍ ଆସିଲା। ଫୋନ୍ କରିଥିବା ବ୍ୟକ୍ତି ନିଜକୁ ଏୟାରଟେଲ୍ ଅଫିସର ବୋଲି ପରିଚୟ ଦେଇ କହିଥିଲେ, ଆପଣଙ୍କ ଏୟାରଟେଲ୍ ସିମକୁ ୪-ଜିରୁ ୫-ଜିକୁ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି କି ? ମାନସ ହଁ କହିଥିଲେ। ହଁ ଶୁଣି ମାନସଙ୍କ ମୋବାଇଲକୁ ଏକ ଲିଙ୍କ୍ ପଠାଇଥିଲା ଫୋନ୍ କରିଥିବା ବ୍ୟକ୍ତି। ଏଥିସହ ଏକ ମୋବାଇଲ୍ ନମ୍ବର ମଧ୍ୟ ଦେଇଥିଲା। ପଠାଯାଇଥିବା ଲିଙ୍କ୍‌କୁ ଦିଆଯାଇଥିବା ମୋବାଇଲ୍ ନମ୍ବରରେ ସେୟାର କରିବାକୁ କହିଥିଲା। ମାନସ ଠିକ୍‌ ସେମିତି ହିଁ କରିଥିଲେ। ଲିଙ୍କ୍‌କୁ ମୋବାଇଲ୍ ନମ୍ବରରେ ଶେୟାର କରି ଦେଇଥିଲେ। ଏହା ପରଠାରୁ ତାଙ୍କ ଆକାଉଣ୍ଟରୁ ଟଙ୍କା କଟିବା ଆରମ୍ଭ ହୋଇଥିଲା। ଆଇଏମ୍‌ପିଏସରେ ୩ ଥରରେ ମାନସଙ୍କ ଆକାଉଣ୍ଟରୁ ମୋଟ୍ ୪ଲକ୍ଷ ଟଙ୍କା, ଆରଟିଜିଏସରେ ୨ ଲକ୍ଷ ଓ ଏନ୍ଇଏଫଟିରେ ୧ ଲକ୍ଷ ଟଙ୍କା କଟିଥିଲା। ଠକେଇର ଶିକାର ହୋଇଥିବା ମାନସ ଅନୁଗୁଳ ସାଇବର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ସାଇବର ଥାନା ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ଜମନତାରାରେ ପହଞ୍ଚିଥିଲା। ଆଉ ଏବେ ସାଇବର ଅପରାଧୀକୁ ଧରିବାରେ ସଫଳ ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories