www.samajalive.in
Saturday, December 6, 2025
23.1 C
Bhubaneswar

ପ୍ରଖ୍ୟାତ ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ

ଭୁବନେଶ୍ୱର : ପ୍ରଖ୍ୟାତ ଗୀତିକାର ଶ୍ରୀମତୀ ବିନୋଦିନୀ ଦେବୀଙ୍କ ଅନୁଗୁଳଠାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ମସ୍ତିଷ୍କାଘାତରେ ଦୀର୍ଘ ମାସ ହେବ ଶଯ୍ୟାଶାୟୀ ଥିବା ବିନୋଦିନୀ ଦେବୀଙ୍କ ଆଜି ସକାଳେ ପରଲୋକ ଘଟିଛି। ସେ ଅନୁଗୁଳଠାରେ ରହୁଥିବା ସାନପୁଅଙ୍କ ନିକଟରେ ରହି ଚିକିତ୍ସିତ ହେଉଥିଲେ। ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ ସଂପନ୍ନ କରାଯିବ। ତାଙ୍କ ବିୟୋଗରେ ସଙ୍ଗୀତଜଗତରେ ଶୋକର ଛାୟା ଖେଳିଯାଇଛି।
ରକତ ଟଳମଳ ଖଇର ପାଞ୍ଚପଳ…(ମଲାଜହ୍ନ), କାଳିଆ ଆସିଲା ଭାଇ କାଳିଆ ଆସିଲା.. (ଶ୍ରୀ ଜଗନ୍ନାଥ), ନିରିମାଖୀ କୁଆଁରୀ ମୁଁ…(ତଅପୋଇ) ଏବଂ ନଟ ହେ ମଞ୍ଜି ପୋତିଲ..(ଜୟ ଜଗନ୍ନାଥ) ଭଳି ଲୋକ ଗୀତର ରଚୟିତା ଥିଲେ ବିନୋଦିନୀ ଦେବୀ।
ପୁଅ ମଙ୍ଗରାଜ ବୋହୁ ଅନୀତାଙ୍କ ସହ ପିଏମ୍ କମ୍ପ୍ଲେକ୍ସ ବିନାୟକ ଏନ୍ ୧ରେ ରହୁଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories