ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା ପରେ ବାତିଲ୍ ହେଲା ଆଜିର ପରୀକ୍ଷା । ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଏଏନଏମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଦ୍ୱିତୀୟ ବର୍ଷ ଛାତ୍ରଙ୍କ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଛି । ଦିନ ୨ ଟାରେ ପରୀକ୍ଷା ଥିବା ବେଳେ ୧୧ ଟା ବେଳେ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆଜି ମିଡ୍ ୱାଇଫେରି ବିଷୟରେ ହୋଇଥାନ୍ତା ପରୀକ୍ଷା । ପରୀକ୍ଷା ହଲରେ ପରୀକ୍ଷାର୍ଥୀ ପହଞ୍ଚିବା ପରେ ଉପଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି ।



