www.samajalive.in
Monday, December 15, 2025
14.1 C
Bhubaneswar

ରଜାବସା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଝୁମ୍ପୁରା : ଝୁମ୍ପୁରା ବ୍ଲକ ବାଲିବନ୍ଧ ପଞ୍ଚାୟତର ରଜବସା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲିବନ୍ଧ ସରପଞ୍ଚ ରୀନା ମାଝୀ ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଶିରିଆବାହାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରାକାର ବେହେରା ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବାଲିବନ୍ଧ ନାଏବ ସରପଞ୍ଚ ସତ୍ୟଭାମା ମହାନ୍ତ, ସମିତି ସଭ୍ୟ ମହେନ୍ଦ୍ର ପଟ୍ଟନାୟକ, ଜିଲା ପ୍ରାଥମିକ ଶିକ୍ଷକ ସଂଘର ସାଧାରଣ ସଂପାଦକ ମୁକୁନ୍ଦ ଚରଣ ସାହୁ, ବାଲିବନ୍ଧ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କଳାକାର ମହାନ୍ତ, ଝୁମ୍ପୁରା ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ବିପିନ ବିହାରୀ ଖଣ୍ଡାୟୀ ପ୍ରମୁଖ ଯୋଗଦାନ କରିଥିଲେ। ସଭାକାର୍ଯ୍ୟ ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ୱାରା ମା’ ତାରିଣୀଙ୍କ ଫଟୋଚିତ୍ର ନିକଟରେ ପ୍ରଦୀପ ପ୍ରଜ୍ଜଳନ କରିବା ପରେ ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା ।

ଏହି ବାର୍ଷିକ ଉତ୍ସବରେ ଯୋଗଦାନ କରିଥିବା ଅତିଥି ମାନେ ତାଙ୍କ ବକ୍ତବ୍ୟରେ କହିଲେ ଯେ ପ୍ରତିଛାତ୍ର ପ୍ରତିଯୋଗୀତା ମନୋଭାବ ନେଇ କଠିନ ପରିଶ୍ରମ କଲେ ତାର ଫଳ ନିଶ୍ଚୟ ମିଳିପାରିବ। ବାର୍ଷିକ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ରାଜେନ୍ଦ୍ର କୁମାର ସାହୁ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ଦାସ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ । ବିଦ୍ୟାଳୟର ସହକାରୀ ଶିକ୍ଷକ ରବିନ୍ଦ୍ର କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶେଷରେ ଶିକ୍ଷୟତ୍ରୀ ମଧୁସ୍ମିତା ମହାନ୍ତ ଅତିଥି ମାନଙ୍କୁ ଧନ୍ୟବାର୍ଦ ଅର୍ପଣ କରିଥିଲେ। ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର- ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ବାର୍ଷିକ ଉତ୍ସବ ପରିଚାଳନାରେ ଶିକ୍ଷୟତ୍ରୀ ରାସମଣୀ ମାଝୀ, ଏଲିନା ସାମଲ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁଦର୍ଶନ ନାଏକ ପ୍ରମୁଖ ସହଯୋଗ କରିଥିଲେ । ସନ୍ଧ୍ୟାରେ ଛାତ୍ର-ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories