www.samajalive.in
Tuesday, December 9, 2025
15.1 C
Bhubaneswar

ଅତାବିରା ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ରେଙ୍ଗାଲକ୍ୟାମ୍ପ: ବରଗଡ ଜିଲା ଅତାବିରା ଏନଏସି ଅନ୍ତର୍ଗତ ୱାର୍ଡ ନଂ -୭ରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୬୦ତମ ବାର୍ଷିକ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ ନିହାର ମହାନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନଏସି ଅଧ୍ୟକ୍ଷ ବନମାଳୀ ବରିହା, ମିଶ୍ରାଣି କୁମ୍ଭାର, ମଛିନ୍ଦ୍ର ମଲ୍ଲିକ, କୋଶଳୀ କବି ତେଜରୁ ବାରିକ ଓ ରଞ୍ଜିତ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ଶିକ୍ଷୟିତ୍ରୀ ଗୀତାଞ୍ଜଳି ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବାର୍ଷିକ କ୍ରୀଡାରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ଦଶମ ଶ୍ରେଣୀ ଛାତ୍ରୀ ଶ୍ରଦ୍ଧା ପ୍ରଧାନ, ସପ୍ତମ ଶ୍ରେଣୀ ଛାତ୍ରୀ ପୂଜା ଭଗତ ଓ ପଞ୍ଚମ ଶ୍ରେଣୀ ଛାତ୍ରୀ ଆରତୀ ଭଗତଙ୍କୁ ପୁରସ୍କୃତ କରାଯାଇଥିଲା। ଏହା ବ୍ୟତୀତ ନୃତ୍ୟ ସଙ୍ଗୀତ ତଥା ବିଭିନ୍ନ ପ୍ରତିଯୋଗିତାରେ ୬୫ଜଣ ଛାତ୍ରୀ ମାନଙ୍କୁ ଟ୍ରଫି ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ସେହିପରି ୨୦୨୩-୨୪ ମସିହାରେ ବାର୍ଷିକ ହାଇସ୍କୁଲ ପରୀକ୍ଷାରେ ସର୍ବୋଚ୍ଚ ନମ୍ୱର୍ ରଖିଥିବା ଛାତ୍ରୀ ନିଳୀମା ପଶାୟତଙ୍କୁ ପୁରସ୍କୃତ କରାଯାଇଥିଲା। ଶିକ୍ଷୟିତ୍ରୀ ଅଂଶୁମାଲା ମିଶ୍ର ଅତିଥି ପରିଚୟ ସହ ମଞ୍ଚ ପରିଚାଳନା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories