www.samajalive.in
Friday, December 12, 2025
15.1 C
Bhubaneswar

ଗୋପବନ୍ଧୁ କନିଷ୍ଠ ମହିଳା ମହାବିଦ୍ୟାଳୟର ବାର୍ଷିକୋତ୍ସବ

ଆଠଗଡ: ଆଠଗଡସ୍ଥିତ ଗୋପବନ୍ଧୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(କନିଷ୍ଠ ମହାବିଦ୍ୟାଳୟ)ର ୩୪ତମ ବାର୍ଷିକ ଉତ୍ସବ ‘ବସନ୍ତିକା’ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଉପଜିଲ୍ଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମା, ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ଶିଶିର କୁମାର ଉଦୟସିଂହ, ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ ମମତା ମିଶ୍ର, ଡଃ ସୁଚିସ୍ମିତା ମହାନ୍ତି, ଏନଏସି ଅଧ୍ୟକ୍ଷା ସସ୍ମିତା ରାଉତ ଓ ମହିଳା ଡିଗ୍ରୀ କଲେଜ ଅଧ୍ୟକ୍ଷା ସଂଗୀତା ମହାପାତ୍ର ଯୋଗଦେଇ ଉଦବୋଧନ ଦେଇଥିଲେ । ଛାତ୍ରୀ ପାଠପଢା ସହିତ କ୍ରୀଡା ପ୍ରତି ଗୁରୁତ୍ବ ଦେବା, ମୋବାଇଲ ବ୍ୟବହାର କମ୍ କରିବା ଏବଂ ଉତ୍ତମ ଚରିତ୍ର ଓ ଉଜ୍ଜ୍ବଳ ଭବିଷ୍ୟତ ଗଠନ ଦିଗରେ ଯତ୍ନବାନ ହେବା ଆବଶ୍ୟକ ବୋଲି ଅତିଥିଗଣ ମତପ୍ରକାଶ କରିଥିଲେ। ବର୍ତ୍ତମାନ ମହିଳାମାନେ ଦେଶ ତଥା ବିଶ୍ୱର ସବୁ କ୍ଷେତ୍ରରେ ନିଜର ପରାକାଷ୍ଠା ପ୍ରଦର୍ଶନ କରି ଶ୍ରେଷ୍ଠତ୍ବ ପ୍ରତିପାଦନ କରିପାରିଛନ୍ତି, ଯାହାକି ଛାତ୍ରୀମାନଙ୍କ ପାଇଁ ଅନୁକରଣୀୟ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। କଲେଜର ସାଂସ୍କୃତିକ ଉପଦେଷ୍ଟା ପ୍ରାଧ୍ୟାପିକା ସ୍ମିତା ମହାପାତ୍ର ମଞ୍ଚ ସଂଯୋଜନା କରିଥିବାବେଳେ ପ୍ରାଧ୍ୟାପିକା ସ୍ନେହଲତା ତ୍ରିପାଠୀ ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ। ଏହି ଅବସରରେ ଅତିଥିମାନଙ୍କ ଦ୍ବାରା କଲେଜର ମୁଖପତ୍ର ‘ମନସ୍ୱିନୀ’ ଉନ୍ମୋଚିତ ହୋଇଥିଲା। ଯୁକ୍ତ ୨ ବାର୍ଷିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ଛାତ୍ରୀ ମୀରା ସାହୁଙ୍କୁ ରତ୍ନାକର ବେଉରା ସ୍ମାରକୀ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମଧ୍ୟ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ପ୍ରାଧ୍ୟାପିକା ରୀନା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories