www.samajalive.in
Saturday, December 13, 2025
21.1 C
Bhubaneswar

ବାର୍ଷିକ କ୍ରୀଡ଼ା ଓ ଅଭିଭାବକ ବୈଠକ ଅନୁଷ୍ଠିତ

କଣ୍ଟାବାଞ୍ଜି : ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନକେନ୍ଦ୍ର ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଓ ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଯାଇଛି । ତୁରେକେଲା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ କ୍ରୀଡ଼ା ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ସଭାରେ ଅତିରିକ୍ତ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି ମୁଖ୍ୟ ଅତିଥି, ତୁରେକେଲା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ମୁଖ୍ୟ ବକ୍ତା ଓ ସିଆରସିସି ଧନସିଂ ମାଝୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ମାଧବୀଲତା ସାହୁ ସଭା ପରିଚାଳନା କରିଥିଲେ। କୃତି ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣ ପତ୍ର, ପଦକ ଓ ପୁରସ୍କାର ପ୍ରଦାନ କରାଯାଇଥିଲା।

ଏହା ସହ ତୁରେକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବକବାହାଲ ପ୍ରାଥମିକ ବିଦ୍ୟାଳୟ, ଗଇଁତାପଡା,ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷା ବର୍ଷର ଶେଷ ବା ଚତୁର୍ଥ ଅଭିଭାବକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଅପାର ଆଇଡି,ଦ୍ୱିତୀୟ ସମାପ୍ତି ସୂଚକ ପରୀକ୍ଷା, ଛାତ୍ରଛାତ୍ରୀ ମାନଙ୍କୁ ଚାପମୁକ୍ତ ପରିବେଶ ସହିତ ନିୟମିତ ବିଦ୍ୟାଳୟକୁ ପଠେଇବା ପାଇଁ ଆଲୋଚନା କରାଯାଇଥିଲା।ଏହି ବୈଠକରେ ଶିକ୍ଷୟିତ୍ରୀ ମାଧବୀଲତା ସାହୁ, ସୁଦୀପ୍ତା ଜେନା, ନିବେଦିତା ବାରିକ, କୁନି ସାହୁ,ରାଜ କିଶୋର ନାଗ,ଦେବ ବଗର୍ତ୍ତୀ, ସୁନୀଲ ରଞ୍ଜନ ସଲତାର, ସୁଭଦ୍ରା ମେହେର, ଧରିତ୍ରୀ ମେହେର ଉପସ୍ଥିତ ରହି ଅଭିଭାବକଙ୍କ ସହିତ ଆଲୋଚନା କରିଥିଲେ।

Hot this week

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

Related Articles

Popular Categories