www.samajalive.in
Friday, December 5, 2025
26.1 C
Bhubaneswar

ଆଉ ୨୪୬ କରୋନା ଅକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୬୬୨କୁ ବୃଦ୍ଧି

ଭୁବନେଶ୍ବର : ବୁଧବାର ରାଜ୍ୟରୁ ଆଉ ୨୪୬ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୬୬୨କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ​  ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ନୂଆପଡା ସର୍ବାଧିକ ୭୪ ଜଣ, ଖୋର୍ଦ୍ଧାରୁ ୩୫, ବରଗଡ଼ରୁ ୨୨, କଟକରୁ ୧୫, ଗଞ୍ଜାମରୁ ୧୦, ବଲାଙ୍ଗୀର, ପୁରୀ ଓ ସୁନ୍ଦରଗଡ଼ରୁ ୯ ଜଣ  ଲେଖାଁଏ, ବାଲେଶ୍ବର ଓ କଳାହାଣ୍ଡିରୁ ୮ ଜଣ  ଲେଖାଁଏ, ନବରଙ୍ଗପୁରରୁ ୬ ଏବଂ ମୟୂରଭଞ୍ଜରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ସମ୍ବଲପୁରରୁ ୫, ଯାଜପୁର ଓ କେନ୍ଦୁଝରରୁ ୪ ଜଣ ଲେଖାଁଏ, ଅନୁଗୋଳ, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ୩ ଜଣ  ଲେଖାଁଏ, ଜଗତସିଂହପୁର ଓ କନ୍ଧମାଳରୁ ୨ ଜଣ ଲେଖାଁଏ, କୋରାପୁଟ, ରାୟଗଡା ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲରୁ ୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୬୬୨ରେ ପହଞ୍ଚିଛି ।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories