www.samajalive.in
Monday, December 8, 2025
14.1 C
Bhubaneswar

ଗଞ୍ଜାମରୁ ଆଉ ଜଣେ ପଜିଟିଭ୍ : କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦

ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି । ସଂପୃକ୍ତ ଆକ୍ରାନ୍ତଙ୍କ ଘର ଗଞ୍ଜାମ ବୋଲି ଜଣାପଡିଛି । ଗତ ବିଳମ୍ବିତ ରାତିରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରୁ ଏହି ସୂଚନା ​ମିଳିଛି।

ଏବେ ରାଜ୍ୟରେ ୧୦୯ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ସ୍ଥାନରେ ଚିକତ୍ସିତ ହେଉଥିବା ବେଳେ ୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ।

- Advertisement -

ବର୍ତ୍ତମାନ ସୁଦ୍ଧା ରାଜ୍ୟର୧୬ଟି ଜିଲ୍ଲାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି । ଯାଜପୁର ଜିଲ୍ଲାରେ ସର୍ବାଧିକ ୫୨ଜଣ ପଜିଟିଭ୍‍ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ୪୭ଜଣ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ୨୧ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଗଞ୍ଜାମରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ କଟକ, ଢେଙ୍କାନାଳ, କୋରାପୁଟ, ପୁରୀ, ଓ ଦେବଗଡ଼ରେ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୬୬୩ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଯେଉଁଥିରୁ ୧୭୦ଟି ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories