www.samajalive.in
Monday, December 15, 2025
24.1 C
Bhubaneswar

୧୩ ବେଳକୁ ଆଉଏକ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ ସେ ସଂକ୍ରାନ୍ତରେ ଏଯାବତ୍ ସ୍ପଷ୍ଟ ହୋଇପାରି ନାହିଁ।
ଅପରପକ୍ଷରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡକୁ ମୁହାଁଇବ। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗଜପତି, ଗଞ୍ଜାମ, କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ସୃଷ୍ଟ ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ରାତି ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ। ଫଳରେ ରାଜ୍ୟରେ ଶୀତର ପ୍ରକୋପ କମିବ । ବୁଧବାର ୬ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ଦାରିଙ୍ଗବାଡିରେ ରାତି ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ୍ ଥିବାରୁ ଆଜି ବି ଦାରିଙ୍ଗବାଡି ରାଜ୍ୟର ଥଣ୍ଡା ସହରରେ ପରିଣତ ହୋଇଛି। ଫୁଲବାଣୀରେ ୧୩.୨ ଡିଗ୍ରୀ, ଟିଟିଲାଗଡରେ ୧୪.୫ ଡିଗ୍ରୀ, ଝାରସୁଗୁଡାରେ ୧୪.୬ ଡିଗ୍ରୀ, କେନ୍ଦୁଝରରେ ୧୪.୮ ଡିଗ୍ରୀ, ସୋନପୁରରେ ୧୪.୯ ଡିଗ୍ରୀ ରାତି ତାପମାତ୍ରା ରେକର୍ଡ କରାଯାଉ ଥିବାବେଳେ ଭୁବନେଶ୍ୱରରେ ୧୮.୫ ଡିଗ୍ରୀ ଏବଂ କଟକରେ ୧୮.୪ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଛି।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories