www.samajalive.in
Thursday, December 11, 2025
16.1 C
Bhubaneswar

୧୭ରୁ ଆଉ ଏକ ଲଘୁଚାପ

ଭୁବନେଶ୍ବର : ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଥିବାରୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଘୁଚାପ ଦୁର୍ବଳ ହେଲା ବେଳକୁ ଆସନ୍ତା ୧୭ ତାରିଖ ସୁଦ୍ଧା ଉତ୍ତର ବ‌େଙ୍ଗାପସାଗରରେ ‌ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି
କରିବ। ୧୮ ତାରିଖ ସୁଦ୍ଧା ଉତ୍ତର ଓଡ଼ିଶାର ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ବିଭାଗ ଆକଳନ କରିଛି। ଲଘୁଚାପ ଜନିତ ବର୍ଷା ଉପକୂଳରେ ଅଧିକ ରହିଛି। ଆସନ୍ତାକାଲି ଉପକୂଳରେ ବର୍ଷା ପରିମାଣ କମିଯିବ। ପଶ୍ଚିମ ଓଡ଼ିଶାର ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଦିଆଯାଇଛି। ମହାନଦୀ ଉପର ମୁଣ୍ଡରେ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି, ୧୮ ତାରିଖରେ ପଶ୍ଚିମ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୯ରେ ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ସମ୍ଭବତଃ ୨୦ ତାରିଖ ବେଳକୁ ବାଲେଶ୍ବର ଓ ପୂର୍ବ ମେଦିନପୁର ମଧ୍ୟରେ ସ୍ଥଳଭାଗ ଛୁଇଁ ୨୧ରେ ସୁନ୍ଦରଗଡ ଉପରେ ରହିବ। ପ୍ରାଥମିକ ଆକଳନ କହୁଛି, ଏହା ଉତ୍ତର ଓଡ଼ିଶାରେ ଭଲ ବର୍ଷା କରାଇବ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories