www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶା ପାଇଁ ଗୌରବ ଆଣିଲା ‘ଅନ୍ତର୍ଧ୍ବନି’ ପୁରସ୍କୃତ ହେଲେ ନାୟିକା-ନିର୍ଦେଶକ

ଭୁବନେଶ୍ବର: ଢାକାଠାରେ ଆୟୋଜିତ ସିନେମେକିଙ୍ଗ୍‍ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ‘ଅନ୍ତର୍ଧ୍ବନି’କୁ ୨ଟି ପୁରସ୍କାର ମିଳିଛି। ଏହି ଚଳଚ୍ଚିତ୍ରର ନାୟିକା ସ୍ୱପ୍ନା ପତି ଶ୍ରେଷ୍ଠ ଅନ୍ତର୍ଜାତୀୟ ଅଭିନେତ୍ରୀଭାବେ ସମ୍ମାନିତ ହୋଇଥିବାବେଳେ ନିର୍ଦେଶକ ଏ.କେ ବୀରଙ୍କୁ ମିଳିଛି ଶ୍ରେଷ୍ଠ ଏସୀୟ ନିର୍ଦେଶକର ପୁରସ୍କାର। ଦୁଇଟି ଅନ୍ତର୍ଜାତୀୟ ପୁରସ୍କାର ହାସଲ କରି ଓଡ଼ିଆ ନିର୍ମାତା-ନିର୍ଦେଶକଙ୍କ ଦ୍ୱାରା ପ୍ରସ୍ତୁତ ଏହି ଚିତ୍ର ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଦେଇଛି। ଏହି ଚଳଚ୍ଚିତ୍ର ମହୋତ୍ସବ ୨୪ରୁ ୨୬ ଡିସେମ୍ବର ଯାଏ ଅନୁଷ୍ଠିତ ହୋଇଥିଲା।

୨୪ ଏଫ୍‍ପିଏସ୍‍ ନିବେଦିତ ତଥା ରାଜେଶ ମହାନ୍ତିଙ୍କ ପ୍ରଯୋଜିତ ଏହି ଚିତ୍ର ସିନେମେକିଙ୍ଗ୍‍ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ​‌ରେ ଉଦ୍‍ଘାଟନୀ ଚଳଚ୍ଚିତ୍ରଭାବେ ପ୍ରଦର୍ଶିତ ହୋଇଥିଲା। ଏହି ଚଳଚ୍ଚିତ୍ରର ୯୫ ପ୍ରତିଶତ ଜଙ୍ଗଲରେ ସୁଟିଂ ହୋଇଛି ଏବଂ ଜଙ୍ଗଲକୁ ଏଥିରେ ଏକ ଚରିତ୍ରଭାବେ ଚିତ୍ରଣ କରାଯାଇଛି। ଚଳଚ୍ଚିତ୍ରର ପ୍ରମୁଖ ଭୂମିକାରେ ଅଛନ୍ତି ଗୌରବ ପାଶୱାଲ, ସ୍ୱପ୍ନା ପତି ଓ ତଲୱିନ୍ଦର ସିଂହ। କାନ୍ସ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହୋଇ ‘ଅନ୍ତର୍ଧ୍ବନି’ ଉଚ୍ଚ ପ୍ରଶଂସିତ ହୋଇଥିଲା। ଏହାବ୍ୟତୀତ ୱିଣ୍ଡ୍‍ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ, ଅପ୍‍ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ, ଗୌହାଟି ଫିଲ୍ମ ଫେଷ୍ଟିଭାଲରେ ପ୍ରଦର୍ଶିତ ହେବା ସହ ବିଭିନ୍ନ ବିଭାଗରେ ଏକାଧିକ ପୁରସ୍କାର ଲାଭ କରିଥିବାବେଳେ ଖୁବ୍‍ଶୀଘ୍ର ଏହା ସର୍ବଭାରତୀୟସ୍ତରରେ ମୁକ୍ତିଲାଭ କରିବ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories