www.samajalive.in
Tuesday, December 9, 2025
17.1 C
Bhubaneswar

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଦୁର୍ନୀତି ନିବାରଣ ସଚେତନତା ଶପଥପାଠ

ଭୁବନେଶ୍ୱର:  ଅକ୍ଟୋବର ୨୮ରୁ ଆଗାମୀ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଥିବା ବେଳେ ଏହି ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନସ୍ଥିତ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ କରିଥିଲେ। ଚଳିତ ବର୍ଷ ଏହି ସପ୍ତାହ ପାଳନର ପ୍ରସଙ୍ଗ ରହିଛି- ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି।

ବିଭାଗର ଅତିରିକ୍ତ ଶାସନ ସଚିବ ମନୋଜ କୁମାର ମହାନ୍ତିକେନ୍ଦ୍ରୀୟ ସତର୍କତା ଆୟୋଗ ନିର୍ଦ୍ଦେଶରେ ପାଳନ କରାଯାଉଥିବା ଏହି ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିବା ସହ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସଚ୍ଚୋଟତା ଏବଂ ଆଇନର ଶାସନକୁ ଅନୁପାଳନ କରିବା, ସମସ୍ତେ କାର୍ଯ୍ୟକୁ ସାଧୁତା ଓ ସ୍ୱଚ୍ଛତାର ସହ ସଂପାଦନ କରିବା, ନିଜ ବ୍ୟକ୍ତିଗତ ଆଚରଣରେ ଦୃଷ୍ଟାନ୍ତମୂଳକ ସାଧୁତା ବଜାୟ ରଖି ଉଦାହରଣ ସୃଷ୍ଟି କରିବା ସଂପର୍କରେ ଶପଥ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭାଗର ବିଭିନ୍ନ ଶାଖାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories