www.samajalive.in
Monday, December 8, 2025
17.1 C
Bhubaneswar

ଅନୁଭବ-ବର୍ଷା ପାରିବାରିକ ବିବାଦ: ତାଗିଦ୍‌ କଲେ ହାଇକୋର୍ଟ

କଟକ: ଷ୍ଟାର ଦମ୍ପତି ଅନୁଭବ-ବର୍ଷା ପାରିବାରିକ ବିବାଦରେ ହାଇକୋର୍ଟ ଉଭୟଙ୍କୁ ତାଗିଦ୍‌ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ବ୍ୟକ୍ତିଗତ ପ୍ରସଙ୍ଗ ନେଇ କୌଣସି ମନ୍ତବ୍ୟ ବା ଭିଡିଓ ପୋଷ୍ଟ ନକରିବାକୁ ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ କଡ଼ା ତାଗିଦ୍ କରିଛନ୍ତି ଓଡ଼ିଶା ହାଇକୋର୍ଟ। କେହି କାହା ବିରୋଧରେ କୌଣସି ମନ୍ତବ୍ୟ ନଦେବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ଆଗାମୀ ଦିନରେ ଉଭୟଙ୍କ ସମ୍ପର୍କିତ ଆଉ କୌଣସି ଭିଡିଓ ପୋଷ୍ଟ ନକରିବାକୁ ଅନୁଭବଙ୍କୁ ନିର୍ଦେଶ ଦିଆଯାଇଛି। ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ସାମାଜିକ ଗଣମାଧ୍ୟମରେ ଭିଡିଓ ଶେୟାର କରି ତାଙ୍କର ଓ ବର୍ଷାଙ୍କର ବ୍ୟକ୍ତିଗତ ଜୀବନ ନେଇ ବିଭିନ୍ନ କଥା କହୁଥିବା ବେଳେ ଏନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ବର୍ଷା। ଏହି ମାମଲାର ବିଚାର କରି ହାଇକୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଥାଉ କି, କିଛିଦିନ ହେବ ଅନୁଭବ ଓ ପତ୍ନୀ ବର୍ଷାଙ୍କ ମଧ୍ୟରେ ସୋସିଆଲ୍‌ ମିଡିଆ ୱାର୍‌ ଦେଖିବାକୁ ମିଳିଥିଲା। କେତେବେଳେ ପାରିବାରିକ ବିବାଦ ମାମଲାକୁ ନେଇ ‍ବର୍ଷାଙ୍କ ବିରୋଧରେ ଅନୁଭବ ସୋସିଆଲ ମିଡିଆରେ ଭିଡିଓ/ପୋଷ୍ଟ ଛାଡ଼ୁଥିଲେ ତ ଆଉ କେତେବେଳେ ବର୍ଷାଙ୍କ ଫ୍ୟାନ୍‌ ସୋସିଆଲ୍‌ ମିଡିଆରେ ଅନୁଭବଙ୍କ ନାଁ ନନେଇ ତାଙ୍କ ବିରୋଧରେ ପୋଷ୍ଟ ଶେୟାର କରୁଥିଲେ। ଅନୁଭବ ଗୋଟିଏ ପୋଷ୍ଟ/ଭିଡିଓ ଶେଆର କଲେ ବର୍ଷାଙ୍କ ଫ୍ୟାନ୍‌ ଏହାର ଜବାବ ଦେବାକୁ ଏକ ପ୍ରକାର ତୟାର ହୋଇ ରହୁଥିଲେ। ହେଲେ ଏବେ ସୋସିଆଲ ମିଡିଆରେ ମନ୍ତବ୍ୟ ନ ଦେବାକୁ ଉଭୟଙ୍କୁ ତାଗିଦ କରାଯାଇଛି।

- Advertisement -

 

 

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories