www.samajalive.in
Monday, December 15, 2025
27.1 C
Bhubaneswar

ମହିଳାଙ୍କୁ କଚାଡି ମାରିଲା ହାତୀ

ଅନୁଗୁଳ : ଦିନକୁ ଦିନ ହାତୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ସୁନ୍ଦରଗଡ ବଣାଇ ସହର ମଧ୍ୟକୁ ହାତୀ ପଶି ଆସି ଆତଙ୍କ ମଚାଉଥିବାବେଳେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବନାଞ୍ଚଳ ପାଟକମୁଣ୍ଡା ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି।  ମହିଳା ଜଣକ ବିଲକୁ ଯାଉଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିବା ଜଣାପଡିଛି। ମୃତକ ମନ୍ଦିରୀ ସାହୁ ବୋଲି ଜଣାପଡିଛି। ସେପଟେ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟ ଅସନ୍ତୋଷ ପ୍ରକାଶ ପାଇଛି। ମୃତକଙ୍କ ପରିବାକୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇଦେବାକୁ ଗାଁ ଲୋକେ ଦାବି କରିଛନ୍ତି। ଅନ୍ୟପଟେ ଏହି ଅଞ୍ଚଳରେ ବାରମ୍ବାର ଏଭଳି ଘଟଣା ଘଟୁଥିଲେ ମଧ୍ୟ ବନ ବିଭାଗ କୌଣସି ପଦକ୍ଷେପ ନେଉନଥିବା ଅଭିଯୋଗ ହୋଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories