www.samajalive.in
Sunday, December 7, 2025
15.1 C
Bhubaneswar

ନୋଟ୍‌ରେ ଗାନ୍ଧୀଜୀଙ୍କ ବଦଳରେ ଅନୁପମ ଖେରଙ୍କ ଫଟୋ, ଅଭିନେତା ଚକିତ

ସମାଜ ଡିଜିଟାଲ ଡେସ୍କ: ଠକେଇର ନୂଆ ନୂଆ ଉପାୟ ସାମ୍ନାକୁ ଆସୁଛି। ନିକଟରେ ଏକ ଅଦ୍ଭୁତ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଠକ ଜଣେ ବ୍ୟବସାୟୀଙ୍କୁ କୋଟି କୋଟି ଟଙ୍କାର ଚୁନ ଲଗାଇଛନ୍ତି। ଠକ ଜଣକ ବ୍ୟବସାୟୀଙ୍କୁ ବିଡ଼ା ବିଡ଼ା ନକଲି ନୋଟ୍‌ ଦେଇଛି, ଯେଉଁଥିରେ ମହାତ୍ମା ଗାନ୍ଧୀ ନୁହେଁ, ବରଂ ଅଭିନେତା ଅନୁପମ ଖେରଙ୍କ ଫଟୋ ଛପା ଯାଇଥିଲା। ଏହାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଘଟଣାକୁ ନେଇ ନିଜେ ଅନୁପମ ଖେର ମଧ୍ୟ ଏକ ପୋଷ୍ଟ ଶେୟାର କରି ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଖବର ସାମ୍ନାକୁ ଆସିବା ପରେ ଅନୁପମ ଖେର ଏକ ପୋଷ୍ଟ ଶେୟାର କରି ଲେଖିଛନ୍ତି, ‘‘ପାଞ୍ଚ ଶହ ଟଙ୍କିଆ ନୋଟରେ ଗାନ୍ଧୀଜୀଙ୍କ ଫଟୋ ଜାଗାରେ ମୋ ଫଟୋ ???? କିଛି ବି ହୋଇପାରେ’’!

ଏହି ଖବର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅନେକ ଲୋକ ଏଥିରେ ପ୍ରତିକ୍ରିୟା ଦେଇଛନ୍ତି। କିଛି ଲୋକ ଆଶ୍ଚର୍ଯ୍ୟ ପ୍ରକଟ କରିବା ସହ କିଛି ମଜାଳିଆ ପ୍ରତିକ୍ରିୟା ଦେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories