www.samajalive.in
Saturday, December 6, 2025
26.1 C
Bhubaneswar

ନୋଟ୍‌ରେ ଗାନ୍ଧୀଜୀଙ୍କ ବଦଳରେ ଅନୁପମ ଖେରଙ୍କ ଫଟୋ, ଅଭିନେତା ଚକିତ

ସମାଜ ଡିଜିଟାଲ ଡେସ୍କ: ଠକେଇର ନୂଆ ନୂଆ ଉପାୟ ସାମ୍ନାକୁ ଆସୁଛି। ନିକଟରେ ଏକ ଅଦ୍ଭୁତ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଠକ ଜଣେ ବ୍ୟବସାୟୀଙ୍କୁ କୋଟି କୋଟି ଟଙ୍କାର ଚୁନ ଲଗାଇଛନ୍ତି। ଠକ ଜଣକ ବ୍ୟବସାୟୀଙ୍କୁ ବିଡ଼ା ବିଡ଼ା ନକଲି ନୋଟ୍‌ ଦେଇଛି, ଯେଉଁଥିରେ ମହାତ୍ମା ଗାନ୍ଧୀ ନୁହେଁ, ବରଂ ଅଭିନେତା ଅନୁପମ ଖେରଙ୍କ ଫଟୋ ଛପା ଯାଇଥିଲା। ଏହାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଘଟଣାକୁ ନେଇ ନିଜେ ଅନୁପମ ଖେର ମଧ୍ୟ ଏକ ପୋଷ୍ଟ ଶେୟାର କରି ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଖବର ସାମ୍ନାକୁ ଆସିବା ପରେ ଅନୁପମ ଖେର ଏକ ପୋଷ୍ଟ ଶେୟାର କରି ଲେଖିଛନ୍ତି, ‘‘ପାଞ୍ଚ ଶହ ଟଙ୍କିଆ ନୋଟରେ ଗାନ୍ଧୀଜୀଙ୍କ ଫଟୋ ଜାଗାରେ ମୋ ଫଟୋ ???? କିଛି ବି ହୋଇପାରେ’’!

ଏହି ଖବର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅନେକ ଲୋକ ଏଥିରେ ପ୍ରତିକ୍ରିୟା ଦେଇଛନ୍ତି। କିଛି ଲୋକ ଆଶ୍ଚର୍ଯ୍ୟ ପ୍ରକଟ କରିବା ସହ କିଛି ମଜାଳିଆ ପ୍ରତିକ୍ରିୟା ଦେଇଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories