www.samajalive.in
Saturday, December 6, 2025
26.1 C
Bhubaneswar

୯୯ ପଇସାରେ ୨୩ ଏକର ଜମି

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶରେ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ବାଧୀନ ଟିଡିପି ସରକାର ମାତ୍ର ୯୯ ପଇସାରେ ବିଶାଖାପାଟଣାରେ ଥିବା ୨୧.୧୬ ଏକର ଜମି ସଫ୍ଟୱେୟାର କମ୍ପାନୀ ଟିସିଏସ୍‌ (ଟାଟା କନ୍‌ସଲଟାନ୍ସି ସର୍ଭିସେସ୍‌)କୁ ପ୍ରଦାନ କରିଥିବା ଜଣାପଡିଛି। ଚନ୍ଦ୍ରବାବୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ଗତ ମଙ୍ଗଳବାର ଏହି ପ୍ରସ୍ତାବକୁ ଅନୁମୋଦନ କରିଥିବା ପ୍ରକାଶ। ଉକ୍ତ ଜମିର ପ୍ରକୃତ ମୂଲ୍ୟ ୧୩୭୦ କୋଟି ଟଙ୍କା ହୋଇଥିବାବେଳେ ଟିସିଏସ୍‌କୁ ଏଭଳି ଶସ୍ତା ମୂଲ୍ୟରେ କାହିଁକି ବିକ୍ରି କରାଗଲା, ତାହା ଏକ ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅପରପକ୍ଷରେ ବିଶାଖାପାଟଣା ଆଇଟି ହିଲ୍‌ ନମ୍ବର ୩ରେ ଅବସ୍ଥିତ ଏହି ଜମିରେ ଟିସିଏସ୍‌ ପ୍ରକଳ୍ପ ନିର୍ମାଣ କଲେ ୧୨ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ମିଳିବ ବୋଲି ଆନ୍ଧ୍ର ସରକାର ସଫେଇ ଦେଇଛନ୍ତି। କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳଗୁଡିକ ଏଭଳି ନିଷ୍ପତ୍ତିକୁ ସମାଲୋଚନା କରିଛନ୍ତି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories