www.samajalive.in
Sunday, December 14, 2025
23.1 C
Bhubaneswar

ମନେପଡ଼ନ୍ତି ଏ.ପି.ଜେ.ଅବଦୁଲ୍ କଲାମ୍

ଏ. ପି. ଜେ. ଅବଦୁଲ କଲାମ ୧୯୩୧ ମସିହା ୧୫ ଅକ୍ଟୋବରରେ ତାମିଲନାଡୁର ରାମେଶ୍ୱରମ ଗାଁରେ ଏକ ମୁସଲମାନ ପରିବାରରେ ଜନ୍ମଗ୍ରହଣ କରିଥିଲେ। ମାଟ୍ରିକ ଶିକ୍ଷା ଶେଷ କରିବା ପରେ ସେ ତିରୁଚିରାପଲ୍ଲୀସ୍ଥିତ ସେଣ୍ଟ ଯୋଶେଫ କଲେଜରେ ନାମ ଲେଖାଇଥିଲେ। ଏଠାରେ ପଦାର୍ଥ ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ କଲେ । ଏହାପରେ ସେ ୧୯୫୫ରେ ଏରୋସ୍ପେସ୍ ଇଂଜିନିୟରିଂ ପଢ଼ିବା ପାଇଁ ମାଡ୍ରାସ ଚାଲିଗଲେ। ମାଡ୍ରାସ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ୧୯୬୦ରେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ସେ ଡିଆରଡିଓରେ ଜଣେ ବୈଜ୍ଞାନିକ ଭାବେ ଯୋଗ ଦେଇଥିଲେ।

କିଛି ସମୟ ପରେ ସେ ବିଖ୍ୟାତ ବୈଜ୍ଞାନିକ ବିକ୍ରମ ସରାଭାଇଙ୍କ ଅଧୀନରେ କାର୍ଯ୍ୟ କରିବାର ସୁଯୋଗ ପାଇଲେ। ବିକ୍ରମ ସାରାଭାଇଙ୍କ ଅଧୀନରେ ଗଠିତ ଆଇଏନସିଓଏସପିଏଆର୍ କମିଟିରେ ସେ ସାମିଲ ହେବାର ସୁଯୋଗ ପାଇଥିଲେ। ବିକ୍ରମ ସାରାଭାଇ ତାଙ୍କର ପ୍ରେରଣା ଥିଲେ ବୋଲି ଅବଦୁଲ କଲାମ ଅନେକ ଥର କହିଛନ୍ତି। ୧୯୬୯ରେ ସେ ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚ ଅର୍ଗାନାଇଜେସନ୍( ଇସ୍ରୋ)କୁ ବଦଳି ହୋଇ ଆସିଥିଲେ। ସେ ଭାରତର ପ୍ରଥମ ସାଟେଲାଇଟ୍ ଲଞ୍ଚ୍ ଭେହିକିଲ୍ (ଏସଏଲଭି-୩) ପ୍ରୋଜେକ୍ଟର ନିର୍ଦେଶକ ଥିଲେ।

- Advertisement -

ଅବଦୁଲ କଲାମଙ୍କ ଏଭଳି ଅତୁଳନୀୟ ଯୋଗଦାନ ପାଇଁ ତାଙ୍କୁ ‘ଭାରତର ମିସାଇଲ୍ ମ୍ୟାନ୍’ ବୋଲି ମଧ୍ୟ କୁହାଯାଏ । ୧୯୯୮ ପୋଖରାନ୍-୨ ପରମାଣୁ ବୋମା ପରୀକ୍ଷଣରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ୧୯୭୪ ମସିହା ପରେ ଏହା ଥିଲା ଭାରତର ଦ୍ୱିତୀୟ ପରମାଣୁ ବୋମା ପରୀକ୍ଷଣ। ୨୦୦୨ ଜୁଲାଇ ୨୫ ତାରିଖରୁ ୨୦୦୭ ଜୁଲାଇ ୨୫ ପର୍ଯ୍ୟନ୍ତ ଭାରତର ୧୧ତମ ରାଷ୍ଟ୍ରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ୍ଚ ବେସାମରିକ ପୁରସ୍କାର “ଭାରତ ରତ୍ନ”ରେ ସମ୍ମାନିତ କରାଯାଇଥିଲା। ଏକ ସଭାରେ ଭାଷଣ ଦେଉଥିବା ସମୟରେ ଆକସ୍ମିକ ହୃଦ୍‌ଘାତରେ ଅବଦୁଲ କଲାମ ୨୦୧୫ ଜୁଲାଇ ୨୭ରେ ପ୍ରାଣ ହରାଇଥିଲେ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories