www.samajalive.in
Saturday, December 6, 2025
15.1 C
Bhubaneswar

ଆଜିଠୁ ଯୁକ୍ତ ଦୁଇ ପାଇଁ ନାମଲେଖା ଆବେଦନ

ଭୁବନେଶ୍ୱର: ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠାରୁ ଆବେଦନ ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିପାରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in ପୋର୍ଟାଲରେ ଆବେଦନ କରିପାରିବେ। ଜୁଲାଇ ୬ତାରିଖ ଆବେଦନର ଶେଷ ତାରିଖ ରହିଛି। ମୋଟ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକରେ ଆଡମିଶନ କରାଯିବ। କଳାରେ ୯୪ହଜାର ୮୪୦, ବିଜ୍ଞାନରେ ୧ଲକ୍ଷ ୬୬ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ହଜାର ୫୦୪ ସିଟ୍‌‌ ଉପଲବ୍ଧ ରହିଛି। ଜୁଲାଇ ୧୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୯ରୁ ୨୩ ତାରିଖ ଭିତରେ ନାମ ଲେଖାଇ ପାରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories