www.samajalive.in
Sunday, December 7, 2025
23.1 C
Bhubaneswar

ଶିବଶଙ୍କର ମିଶ୍ର ଓ ଆନନ୍ଦଚନ୍ଦ୍ର ବେହେରା ଓଡ଼ିଶା ହାଇକୋର୍ଟର ବିଚାରପତି ନିଯୁକ୍ତ

ଡେସ୍କ : ଓଡ଼ିଶା ହାଇକୋର୍ଟ ପାଇଁ ଦୁଇ ବିଚାରପତି ନିଯୁକ୍ତ ହୋଇଛନ୍ତି । ଆଡଭୋକେଟ ଶିବ ଶଙ୍କର ମିଶ୍ର ଓ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି । କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଟ୍ବିଟ ଯୋଗେ ଏହି ସୂଚନା ଦେଇଛନ୍ତି । ଏହି ୨ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି ।

ଏହା ବ୍ୟତୀତ କେରଳ ହାଇକୋର୍ଟର ଅତିରିକ୍ତ ବିଚାରପତି ଜଷ୍ଟିସ ସି.ଏସ୍ ସୁଧାଙ୍କୁ କେରଳ ହାଇକୋର୍ଟର ବିଚାରପତି ଓ ବୁଡି ​ହାବୁଙ୍ଗ​‌​‌ ଜୋଙ୍କୁ ଗୁଆହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି । ରାଷ୍ଟ୍ରପତି ଭବନରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

- Advertisement -

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories