www.samajalive.in
Saturday, December 6, 2025
26.1 C
Bhubaneswar

ଅଢେଇ ବର୍ଷ ପରେ ଆରଡି ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସିଲେ ଡାକ୍ତର, ଉପକୃତ ହେବେ ୩୦ଖଣ୍ଡ ଗାଁର ଲୋକେ

ଆରଡି : ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିଧାମରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ଅଢେଇ ବର୍ଷ ହେବ ଡାକ୍ତର ପଦବୀ ଖାଲି ପଡିଥିବାରୁ ଆରଡିପୀଠ ସମେତ ଆଖପାଖ ପଡୋଶୀ କେନ୍ଦ୍ରାପଡା ଓ ଯାଜପୁର ଜିଲାର ପାଖାପାଖି ୩୦ଖଣ୍ଡ ଗାଁର ଲୋକାମନେ ପ୍ରାଥମିକ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହେଉଥିଲେ। ଏପରି ଖବର ଦୈନିକ ସମାଜରେ ବାରମ୍ବାର ଖବର ପ୍ରକାଶ ପାଇବା ପରେ ମଙ୍ଗଳବାର ଭଦ୍ରକ ମୁଖ୍ୟ ଚିକିତ୍ସାଅଧିକାରୀଙ୍କ ପକ୍ଷରୁ ଡା. ତୁଙ୍ଗତୃଷ୍ଣା ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଛି। ଡା. ମହାନ୍ତି ଆରଡି ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସି ନିଜ ଦାୟିତ୍ୱ ତୁଲାଇ ଥିବା କାର୍ୟ୍ୟରତ କର୍ମଚାରୀ ପ୍ରକାଶ କରିଛନ୍ତି। ଏପରିକି ଆରଡି ସ୍ୱାସ୍ଥ୍ୟକେନ୍ଦ୍ରକୁ ନୂଆ ଡାକ୍ତର ଆସିବା ଖବର ପାଇ ବହୁ ରୋଗୀ ଆସି ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ତାହା ସହ ସ୍ୱାସ୍ଥ୍ୟକେନ୍ଦ୍ରରେ ନବ ନିଯୁକ୍ତ ଡାକ୍ତରଙ୍କୁ ନେଇ ବେଶ ଖୁସି ପ୍ରକଟ କରିଛନ୍ତି ଅଞ୍ଚଳବାସୀ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories