www.samajalive.in
Monday, December 15, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅର୍ଜୁନ କପୁର ଓ ବୋନୀ କପୁର

ଭୁବନେଶ୍ଵରରେ: ବଲିଉଡ଼ ଅଭିନେତା ଅର୍ଜୁନ କପୁର ଓ ତାଙ୍କ ପିତା ତଥା ଚଳଚ୍ଚିତ୍ର ନିର୍ମାତା ବୋନୀ କପୁର ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ବିଧାନସଭା ପ୍ରକୋଷ୍ଠରେ ଉଭୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।

 

- Advertisement -

ଆସନ୍ତା ୧୬ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ହେବାକୁ ଯାଉଛି ସେଲିବ୍ରିଟି କ୍ରିକେଟ ଲିଗ୍। ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି ବୋନୀ କପୁର। ଏହାପରେ ସେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି।

ଏହି ଅବସରରେ ନିର୍ମାତା ବୋନୀ କାପୁର କହିଛନ୍ତି ଯେ, ଓଡ଼ିଶାରେ ପିଲ୍ମ ଶୁଟିଂ ପାଇଁ ବ୍ୟାପକ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟାପ୍ତ ସୁବିଧା ରହିଛି। ଏ ସବୁର ପ୍ରଚାର ପ୍ରସାର ହେଲେ ବହୁ ଫିଲ୍ମ ନିର୍ମାତାଙ୍କ ପାଇଁ ଓଡ଼ିଶା ହେବ ପସନ୍ଦଯୋଗ୍ୟ ଫିଲ୍ମ ଶୁଟିଂ ସ୍ଥାନ। ଏଥି ସହିତ ରାଜ୍ୟ ପର୍ଯ୍ୟଟନର ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ସେ କହିଛନ୍ତି।

ଏହି ସାକ୍ଷାତ ଆଲୋଚନା ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକମାନେ ଉପସ୍ଥିତ ଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories