www.samajalive.in
Saturday, December 13, 2025
23.1 C
Bhubaneswar

ବିଜେପିରେ ମିଶିଲେ ଅର୍ଜୁନ ସେଠୀ ଓ ତାଙ୍କ ପୁଅ

ଭୁବନେଶ୍ଵର: ଶନିବାର ବିଜେଡିରୁ ଇସ୍ତଫା ଦେଇଥିବା ଭଦ୍ରକ ସାଂସଦ ଅର୍ଜୁନ ଚରଣ ସେଠୀ ଆଜି ଅପରାହ୍ନରେ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବରେ ବିଜେପିରେ ଯୋଗ ଦେଇଛନ୍ତି । ଅର୍ଜୁନ ସେଠୀ ସହ ତାଙ୍କ ପୁଅ ଅଭିମନ୍ୟୁ ସେଠୀ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି ।

ସୂଚନାଯୋଗ୍ୟ, ଟିକେଟ ବଣ୍ଟନରେ ଅସନ୍ତୋଷ ପ୍ରକାଶ କରି ଭଦ୍ରକ ସାଂସଦ ଅର୍ଜୁନ ଚରଣ ସେଠୀ ଶନିବାର ବିଜେଡି ଛାଡିଥିଲେ । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫା ପତ୍ର ପଠାଇଥିଲେ । ବିଜେଡିରୁ ପୁଅକୁ ଟିକେଟ୍ ନ ମିଳିବାରୁ ସେ ବିଜେଡି ଛାଡିଥିଲେ ବୋଲି ଇସ୍ତଫା ପତ୍ରରେ ଦର୍ଶାଇଥିଲେ ।

Hot this week

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଢାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

Related Articles

Popular Categories