ଭୁବନେଶ୍ବର: କଳାହାଣ୍ଡିର ପୂର୍ବତନ ବିଜେଡି ସାଂସଦ ତଥା ରାଜପରିବାରର ଅର୍କକେଶରୀ ଦେଓ ବିଜେପିରେ ସାମିଲ ହୋଇଛନ୍ତି। ଏଥିସହ ତାଙ୍କ ପତ୍ନୀ ମାଳବିକା ଦେବୀ ମଧ୍ୟ ବିଜେପିରେ ମିଶିଛନ୍ତି। ବୁଧବାର ଭୁବନେଶ୍ବରସ୍ଥିତ ରାଜ୍ୟ ମୁଖ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଉଭୟ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି।
ସେହିପରି ମଦନପୁର ରାମପୁର ରାଜପରିବାରର ତନ୍ମୟ ପ୍ରତାପ ସିଂହଦେଓ ଏବଂ କୁମାର ସାହେବଙ୍କ ବୋହୂ ତଥା ଅନ୍ତର୍ଜାତୀୟ ସେରାମିକ୍ ଆର୍ଟିଷ୍ଟ ପୃଥ୍ବୀରାଜ ସିଂହଦେଓଙ୍କ ପତ୍ନୀ ସଂଯୁକ୍ତା ଦେବୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଏମାନଙ୍କ ବ୍ୟତୀତ ଏକାଧିକ ବିଜେଡି କର୍ମୀ ଆଜିର ଏହି ମିଶ୍ରଣ ପର୍ବରେ ବିଜେପିରେ ସାମିଲ ହୋଇଛନ୍ତି।



