www.samajalive.in
Sunday, December 14, 2025
19.1 C
Bhubaneswar

ସୋମବାରଠାରୁ ସେନା କମାଣ୍ଡର ସମ୍ମିଳନୀ

ନୂଆଦିଲ୍ଲୀ : ଭାରତୀୟ ସେନାବାହିନୀର ଭବିଷ୍ୟତ କାର୍ଯ୍ୟଖସଡ଼ା, ସାଂପ୍ରତିକ ସୁରକ୍ଷା ସମସ୍ୟା ଓ ବିଭିନ୍ନ ପ୍ରଶାସନିକ ବ୍ୟବସ୍ଥାର ବିକାଶ ଆଦି ବିଷୟବସ୍ତୁକୁ ନେଇ ଆସନ୍ତା ୭ ତାରିଖ ସୋମବାରଠାରୁ ନୂଆଦିଲ୍ଲୀରେ ସେନା କମାଣ୍ଡର ସମ୍ମିଳନୀ ଆୟୋଜିତ ହେବ । ପ୍ରତି ୨ ବର୍ଷରେ ଥରେ ଆୟୋଜିତ ହେଉଥିବା ଏହି ଶୀର୍ଷ ସମ୍ମିଳନୀରେ ଭାରତୀୟ ସେନାବାହିନୀର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସହିତ ନୀତି ନିର୍ଦ୍ଧାରଣ କରାଯାଇଥାଏ ।

ଏହି ସମ୍ମିଳନୀରେ ସେନାବାହିନୀର ବରିଷ୍ଠ ଅଧିକାରୀମାନଙ୍କ ସମେତ ପ୍ରତିରକ୍ଷା ବିଭାଗର ବରିଷ୍ଠ କର୍ମକର୍ତ୍ତାମାନେ ଉପସ୍ଥିତ ରହିବେ । ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ୧୦ ତାରିଖ ଦିନ ଆର୍ମି କମାଣ୍ଡରମାନଙ୍କ ସହିତ ଆଲୋଚନା କରିବା ସହ ସମ୍ମିଳନୀରେ ଉଦ୍‌‌ବୋଧନ ଦେବାର କାର୍ଯ୍ୟସୂଚୀ ରହିଛି । ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫଙ୍କ ସହିତ ଆକାଶ, ସ୍ଥଳ ଓ ନୌ ବାହିନୀର ମୁଖ୍ୟମାନେ ଏହି ସମ୍ମିଳନୀରେ ଉଦ୍‌‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ୫ ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ଦେଶର ପ୍ରତିରକ୍ଷା କ୍ଷେତ୍ରର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯିବ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories