www.samajalive.in
Monday, December 15, 2025
24.1 C
Bhubaneswar

ଉରିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ସେନା

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର ଉରି ଅନ୍ତର୍ଗତ ନିୟନ୍ତ୍ରଣ ରେଖା(ଏଲଓସି)ରେ ସୋମବାର ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ନିୟନ୍ତ୍ରଣ ରେଖା ନିକଟରେ କିଛି ସନ୍ଦିଗ୍ଧ ଗତିବିଧି ଦେଖିବା ପରେ ଯବାନଙ୍କ ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଫଳରେ ଆତଙ୍କୀମାନେ ଛତ୍ରଭଙ୍ଗ ଦେଇଥିଲେ ବୋଲି ସେନା ସୂତ୍ରରୁ ଜଣାପଡ଼ିଛି।

ଏହି ଘଟଣା ପରେ ସେନା ପକ୍ଷରୁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ସୋମବାର ସକାଳେ ପାକିସ୍ତାନ ପଟୁ ୬ରୁ ଅଧିକ ଡ୍ରୋନ ପୁଞ୍ଚ ଜିଲାର ଏଲଓସି ଉପରେ ଚକ୍କର କାଟିଥିଲା। ପ୍ରାୟ ୫ ମିନିଟ ପରେ ସେସବୁ ଫେରିଯାଇଥିଲା। ଏଲଓସି ନିକଟବର୍ତ୍ତୀ ଅଞ୍ଚଳରେ କୌଣସି ଯବାନ ମୁତୟନ ହୋଇଛନ୍ତି କି ନାହିଁ ତାହାର ତଦାରଖ କରିବାକୁ ଏହି ଡ୍ରୋନ ଛଡ଼ାଯାଇଥିବା ଅନୁମାନ କରାଯାଉଛି। ଏହା ପରେ ଆତଙ୍କୀମାନେ ଅନୁପ୍ରବେଶ ଉଦ୍ୟମ କରିଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories