www.samajalive.in
Monday, December 15, 2025
27.1 C
Bhubaneswar

ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ

ନୂଆଦିଲ୍ଲୀ : ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ ମିଳିଛି।  ଅର୍ଣ୍ଣବଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ଅର୍ଣ୍ଣବ ଗୋସ୍ୱାମୀଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ବମ୍ୱେ ହାଇକୋର୍ଟ ନାମଞ୍ଜୁର କରିବା ପରେ ସୁପ୍ରିମକୋର୍ଟରେ ପହଞ୍ଚିଛିଥିଲା ମାମଲା। ଜଷ୍ଟିସ୍ ଡି ଚନ୍ଦ୍ରଚୁଡ ଏବଂ ଜଷ୍ଟିସ୍ ଇନ୍ଦିରା ବାନାର୍ଜୀଙ୍କ ଦ୍ୱାରା ଗଠିତ ଦୁଇ ଜଣିଆ ବେଞ୍ଚ ଏହି ମାମଲାର ଆଜି ଶୁଣାଣି କରି ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ମଞ୍ଜୁର କରିଛନ୍ତି।

ଆଜି ସୁପ୍ରିମକୋର୍ଟରେ ଅର୍ଣ୍ଣବଙ୍କ ଜାମିନ ଆବେଦନର ଶୁଣାଣି ସମୟରେ ବମ୍ବେ ହାଇକୋର୍ଟ ଉପରେ ଜଷ୍ଟିସ ଚନ୍ଦ୍ରଚୁଡ଼ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଛନ୍ତି ବମ୍ୱେ ହାଇକୋର୍ଟ ନିଜ ଆଦେଶରେ ୫୦ରୁ ଅଧିକ ପୃଷ୍ଠାର ରାୟ ଦେଇଛନ୍ତି। ହେଲେ ଅର୍ଣ୍ଣବ ଗୋସ୍ୱାମୀଙ୍କ ବିରୋଧରେ ଅପରାଧ କଣ ରହିଛି ଉଲ୍ଲେଖ କରି ନାହାନ୍ତି। ଯାହାକୁ ନେଇ ଜଷ୍ଟିସ୍ ଡି ଚନ୍ଦ୍ରଚୁଡ ଅସନ୍ତୋଷ ପ୍ରକାଶ କରିଛନ୍ତି।

- Advertisement -

ଅର୍ଣ୍ଣବଙ୍କ ଆବେଦନର ଶୁଣିବା କରି ଜଷ୍ଟିସ୍ ଧନଞ୍ଜୟ ୱାଇ. ଚନ୍ଦ୍ରଚୁଡ ଏବଂ ଜଷ୍ଟିସ ଇନ୍ଦିରା ବାନାର୍ଜୀଙ୍କ ବେଞ୍ଚ କହିଛନ୍ତି ଯଦି ରାଜ୍ୟ ସରକାର ଲୋକମାନଙ୍କୁ ଟାର୍ଗେଟ କରନ୍ତି, ତେବେ ସେମାନେ ଅନୁଭବ କରିବା ଉଚିତ ଯେ ନାଗରିକଙ୍କ ସ୍ୱାଧୀନତା ରକ୍ଷା କରିବାକୁ ସୁପ୍ରିମକୋର୍ଟ ଅଛନ୍ତି। ଆଦର୍ଶ ଏବଂ ମତଭେଦ ଆଧାରରେ ରାଜ୍ୟ ସରକାର କିଛି ଲୋକଙ୍କୁ ଟାର୍ଗେଟ କରୁଛନ୍ତି ବୋଲି ସର୍ବୋଚ୍ଚ ନ୍ୟାୟାଳୟ ଚିନ୍ତା ପ୍ରକଟ କରିଛନ୍ତି। ଅର୍ଣ୍ଣବ ଗୋସ୍ୱାମୀଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଶୁଣି ବେଞ୍ଚ କହିଛନ୍ତି ଯେ ଆମେ ଦେଖୁଛୁ ଗୋଟିଏ ପରେ ଗୋଟିଏ ମାମଲା ଅଛି ଯେଉଁଥିରେ ହାଇକୋର୍ଟ ଜାମିନ ପ୍ରଦାନ କରୁନାହାଁନ୍ତି ଏବଂ ସେମାନେ ଲୋକଙ୍କ ସ୍ୱାଧୀନତା, ବ୍ୟକ୍ତିଗତ ସ୍ୱାଧୀନତା ରକ୍ଷା କରିବାରେ ବିଫଳ ହୋଇଛନ୍ତି। ଯାଇ ଆସୁଛି। ‘

ଏଥି ସହିତ ଅର୍ଣ୍ଣବଙ୍କ ମାମଲାର ଶୁଣାଣି କରି ମହାରାଷ୍ଟ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ କହିଛନ୍ତି ଯେ ଏଭଳି ଭାବରେ କୌଣସି ବ୍ୟକ୍ତିର ବ୍ୟକ୍ତିଗତ ସ୍ବାଧିନତା ଉପରେ ପ୍ରତିବନ୍ଧକ ଲଗାଇବା ନ୍ୟାୟର ବିରୁଦ୍ଧ । ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ନେଇ ୨୦୧୮ ମାମଲାରେ ଅର୍ଣ୍ଣବଙ୍କ ଜାମିନ ଆବେଦନର ଶୁଣିବା କରି ଜଷ୍ଟିସ୍ ଧନଞ୍ଜୟ ୱାଇ. ଚନ୍ଦ୍ରଚୁଡ ଏବଂ ଜଷ୍ଟିସ ଇନ୍ଦିରା ବାନାର୍ଜୀଙ୍କ ଏକ ବେଞ୍ଚ ରାଜ୍ୟ ସରକାରଙ୍କଠାରୁ ଜାଣିବାକୁ ଚାହିଁଛନ୍ତି ଯେ ଗୋସ୍ବାମୀଙ୍କୁ ଗିରଫ କରି ପଚରାଉଚୁରା କରିବାର ଆବଶ୍ୟକତା ଅଛି କି? ଏହା ବ୍ୟକ୍ତି ସ୍ବାଧୀନତା ସହିତ ଜଡିତ ଏକ ବିଷୟ । ଭାରତୀୟ ଗଣତନ୍ତ୍ରରେ ଅସାଧାରଣ ସହନଶୀଳତା ରହିଛି । ମହାରାଷ୍ଟ୍ର ସରକାର ଏସବୁକୁ ଅଣଦେଖା କରିବା ଉଚିତ ନୁହେଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ।

 

 

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories