www.samajalive.in
Friday, December 5, 2025
26.1 C
Bhubaneswar

ବଜ୍ରକାପ୍ତା ଜବତ: ଦୁଇ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ

ଭୁବନେଶ୍ବର : ପିତାପଲ୍ଲୀ-ଚନ୍ଦକା ରୋଡ଼ର ମା’ ଲଟାଭୁଆସୁଣୀ ମନ୍ଦିର ନିକଟରେ କ୍ରାଇମବ୍ରାଞ୍ଚ ସ୍ବତନ୍ତ୍ର କାର୍ଯ୍ୟବଳ (ଏସ୍‌ଟିଏଫ୍‌) ଚଢ଼ଉ କରି ଏକ ଜୀବନ୍ତ ବଜ୍ରକାପ୍ତା ଜବତ କରିବା ସହ ଦୁଇ ଆନ୍ତଃରାଜ୍ୟ ବନ୍ୟଜନ୍ତୁ ଚାଲାଣକାରୀଙ୍କୁ ଗିରଫ କରିଛି। ଜବତ ବଜ୍ରକାପ୍ତାର ଓଜନ ୧୪ କେଜି ୧୦୦ ଗ୍ରାମ ବୋଲି ଏସ୍‌ଟିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଚାଲାଣକାରୀ ସୁନ୍ଦରଗଡ଼ ଜିଲା ଭାସମା ଥାନା ଅବନକେଲା ଗାଁର ଗୋକୁଳ ଗୁପ୍ତା ଓ ରେଙ୍ଗାଲି ଥାନା ସାଗରପଲ୍ଲୀ ଗ୍ରାମର ତେଜରାମ ମେହେରଙ୍କୁ ଶନିବାର ଅଦାଲତ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବା ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। କଲକାତା ଦେଇ ଉକ୍ତ ବଜ୍ରକାପ୍ତାକୁ ଚୀନକୁ ଚାଲାଣ କରାଯାଉଥିବା ତଦନ୍ତରୁ ଏସ୍‌ଟିଏଫ୍‌ ଜାଣିବାକୁ ପାଇଛି। ସେହିପରି ମାମଲାରେ ଅଧିକ ତଥ୍ୟ ସଂଗ୍ରହ କରିବା ଲାଗି ଅଭିଯୁକ୍ତ ଦ୍ବୟଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରିବା ଲାଗି ଏସ୍‌ଟିଏଫ୍‌ ଯୋଜନା କରିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories