www.samajalive.in
Monday, December 8, 2025
24.1 C
Bhubaneswar

ରାଲିକୁ ଡାକିଥିବା ନେତାଙ୍କୁ ଗିରଫ ଦାବି, ପ୍ରତିଶ୍ରୁତି ପରେ ହଟିଲା ରାସ୍ତା ଅବରୋଧ

ଗୋପାଳପୁର : ଗୋଳନ୍ଥରା ଥାନା ଅନ୍ତର୍ଗତ ଦାସପୁର ଛକଠାରେ ଦୁଇ ବାଇକ୍ ଧକ୍କାରେ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାରଲୋକେ କ୍ଷତିପୂରଣ ପାଇଁ ରାଜପଥ ଅବରୋଧ କରିଥିଲେ । କ୍ଷତିପୂରଣ ସହ ରାଜନୈତିକ ରାଲିରେ ଯୋଗଦାନ ପାଇଁ ଡାକି ନେଇଥିବା ନେତାଙ୍କ ଗିରଫ ଦାବି କରି ରାସ୍ତା ରୋକ କରାଯାଇଥିଲା । ପ୍ରଶାସନିକ ଅଧିକାରୀ ଓ ପୁଲିସ ପହଞ୍ଚି ରେଡକ୍ରସ ପାଣ୍ଠିରୁ ସହାୟତା ପ୍ରଦାନ ସହ ତଦନ୍ତ କରାଯାଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଲିଖିତ ପ୍ରତିଶ୍ରୁତି ପରେ ରାସ୍ତାରୋକ ହଟିଥିଲା ।

ନିର୍ବାଚନ ରାଲିରୁ ଫେରିବା ସମୟରେ ବାଇକ୍ ଦୁର୍ଘଟଣାରେ ୨ ଯୁବକ ମୃତ, କ୍ଷତିପୂରଣ ଦାବି

- Advertisement -

ବୁଧବାର ଦିନ କନିଷି ତୁଳୁ ରୋଡର ଦାସପୁର ଛକଠାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଥିଲେ। ଆଜି ମୃତକଙ୍କ ପରିବାର ପକ୍ଷରୁ ପ୍ରାୟ ସାଢ଼େ ଗୋଟାଏବେଳେ ରାଜପଥ ଉପରେ ରଖି ରାସ୍ତା ଅବରୋଧ କରାଯାଇଥିଲା। ଉଭୟ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ ସହ ଉଭୟ ମୃତକଙ୍କୁ ରାଜନୈତିକ ରାଲିରେ ଯୋଗଦାନ କରିବା ପାଇଁ ନେଇଥିବା ଅଞ୍ଚଳର ଦୁଇ ନେତାଙ୍କୁ ତୁରନ୍ତ ଗିରଫ କରିବା ଦାବି କରାଯାଇଥିଲା। ଖବର ପାଇ ଗୋଳନ୍ଥରା ଥାନା ଆଇଆଇସି ବିବେକାନନ୍ଦ ମହନ୍ତ, ସଦର ଏସଡିପିଓ ଶୁଭ୍ରାଂଶୁ ଶେଖର ପରିଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରମେଶ ସେଠୀ,କନିଷି ଅତିରିକ୍ତ ତହସିଲଦାର ସମୋଷ କୁମାର ରଣବିଜୁଳି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ରେଡକ୍ରସ ପାଣ୍ଠିରୁ ଉଭୟ ମୃତକଙ୍କ ପରିବାରକୁ ୨୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବା ସହ ଆସନ୍ତା ୧୫ ଦିନ ମଧ୍ୟରେ ଉଭୟ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ଲିଖିତ ପ୍ରତିଶ୍ରୁତି ପରେ ରାସ୍ତାରୋକ ହଟିଥିଲା।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories