www.samajalive.in
Friday, December 5, 2025
26.1 C
Bhubaneswar

ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକ ଗିରଫ :  ଆୟଠାରୁ ୨୬୮% ଅଧିକ ସମ୍ପତ୍ତି ଠାବ

ଭୁବନେଶ୍ୱର: ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଠାରୁ ତାଙ୍କର ଆୟଠାରୁ ୨୬୮% ଅଧିକ ସମ୍ପତ୍ତି ଠାବ କରାଯାଇଛି। ଏତେ ପରିମାଣର ସମ୍ପତ୍ତି ଠାକ କରିବା ପରେ ତାଙ୍କୁ ଗିରଫ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ମୁତାବକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଟିମ୍‌ ବ୍ରଜେନ୍ଦ୍ର ନାୟକଙ୍କ ୫ଟି ସ୍ଥାନରେ ଚଢାଉ କରିଥିଲେ। ଭୁବନେଶ୍ୱରର ଭୀମଟାଙ୍ଗୀ, ହାଉସିଂ ବୋର୍ଡ କଲୋନୀରେ ଥିବା ଘର, ରାଜାରାଣୀ କଲୋନୀରେ ଥିବା ପ୍ଲଟ ନଂ ୩୮୪ ଓ ୩୮୫, ପୁରୀ ଜିଲା ନିମାପଡ଼ାର ସୁନୁଗରଡ଼ି ଗାଁରେ ଥିବା ପୈତୃକ ଘର ଓ ଫାର୍ମହାଉସରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା। ଭୁବନେଶ୍ୱର ସ୍ୱତନ୍ତ୍ର ଜଜ୍, ଭିଜିଲାନ୍ସଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ଚଢାଉ କରାଯାଇଥିଲା। ଚଢାଉ ବେଳେ ବ୍ରଜେନ୍ଦ୍ର ନାୟକଙ୍କର ଭୁବନେଶ୍ୱରରେ ୫ଟି ବଡ଼ କୋଠା, ନିମାପଡ଼ାରେ ଫାର୍ମ ହାଉସ, ନିମାପଡ଼ାରେ ୧୦ଟି ଦୋକାନ ଘର ଥିବା ମାର୍କେଟ କଂପ୍ଲେକ୍ସ, ୭ଟି ପ୍ଲଟ, ଦେଢ଼ କୋଟି ଟଙ୍କାର ଜମା ଓ ଦାମୀ କାର୍ ଠାବ ହୋଇଥିଲା।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories