www.samajalive.in
Friday, December 5, 2025
23.1 C
Bhubaneswar

ବାଣ ବିସ୍ଫୋରଣ ଘଟଣା; ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆହତମାନଙ୍କୁ ତୁରନ୍ତ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ମୁଖ୍ୟ ଶାସନ ସଚିବ ଓ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ ବୋଲି ଘୋଷଣା କରିଛନ୍ତି।
ସୂଚନା ଅନୁସାରେ ବୁଧବାର ନରେନ୍ଦ୍ର ପୁଷ୍କାରିଣୀରେ ଚନ୍ଦନଯାତ୍ରା ଭଉଁରୀ ବେଳେ ପରମ୍ପରା ଅନୁସାରେ ବାଣ ମରାଯାଉଥିଲା। ଏହି ସମୟରେ ଅଘଟଣ ଘଟି ୩୦ରୁ ଅଧିକ ଆହତ ହୋଇଥିଲେ। ହସ୍ପିଟାଲରେ ଏଯାବତ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଗୁରୁତରଙ୍କୁ କଟକ ଏସସିବି ଓ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories