www.samajalive.in
Monday, December 15, 2025
14.1 C
Bhubaneswar

ଓଡ଼ିଶାର ଚାଷୀଙ୍କୁ ଖରିଫରେ ମିଳିବ ଉନ୍ନତ ଓ ଅଧିକ ଉତ୍ପାଦନକ୍ଷମ ବିହନ

ଭୁବନେଶ୍ବର: ଲକ୍ଡ଼ାଉନ ଯୋଗୁଁ ଚାଷବାସ କିଛିଟା ପଛେଇଛି। ଏପରି ସ୍ଥିତିରେ ଲକ୍ଡ଼ାଉନରେ ମଧ୍ୟ ଚାଷବାସ କାର୍ଯ୍ୟ କରାଯିବା ପାଇଁ କୋହଳ ଘୋଷଣା କରିଛନ୍ତି ସରକାର। ଲକ୍ଡ଼ାଉନ ଥିବା ସତ୍ତ୍ବେ ଚାଷବାସ କାମ ଚଳାଇ ରଖିବା ଓ ସାମାଜିକ ଦୂରତ୍ବ, ମାସ୍କ ପରିଧାନ ପରି ସାଧାରଣ ନିୟମ ପାଳନ କରି କାର୍ଯ୍ୟ କରାଯିବାକୁ ସରକାର କହିଛନ୍ତି। ଏହି ପରିପ୍ରେକ୍ଷୀରେ ଖରିଫ ଋତୁରେ ଚାଷୀଙ୍କୁ ଉନ୍ନତମାନ ଓ ଅଧିକ ଉତ୍ପାଦନକ୍ଷମ ବିହନ ଯୋଗାଇ ଦେବାକୁ ବିଭାଗୀୟ ମନ୍ତ୍ରୀ ଅରୁଣ ସାହୁ ନିର୍ଦେଶ ଦେଇଛନ୍ତି।

ଆଜି ମନ୍ତ୍ରୀ ଅରୁଣ ସାହୁ ରାଜ୍ୟ ବିହନ ନିଗମ ପରିଚାଳିତ ସାମନ୍ତରାପୁରସ୍ଥିତ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ବୁଲି ଦେଖିବା ସହିତ ରାଜ୍ୟ ବିହନ ପରୀକ୍ଷାଗାର, ଜିନ୍‌ ବ୍ୟାଙ୍କ୍‌ ଏବଂ ଚନ୍ଦକାସ୍ଥିତ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ପରିଦର୍ଶନ କରିଛନ୍ତି।  ଏହି ଅବସରରେ ମନ୍ତ୍ରୀ ଡ. ସାହୁ ବିହନର ନମୁନା ସଂଗ୍ରହ, ପ୍ରକ୍ରିୟାକରଣଏବଂ ପ୍ୟାକିଂ ଆଦି ହେଉଥିବା କାର୍ଯ୍ୟକୁ ଅନୁଧ୍ୟାନ କରିଥିଲେ। ଏଥି ସହିତ ସେଠାରେ ଥିବା ବିହନର ଏକ ଜିନ୍‌ବ୍ୟାଙ୍କ ମଧ୍ୟ ବୁଲି ଦେଖିଥିଲେ। ଏହି ଜିନ୍‌ ବ୍ୟାଙ୍କରେ ପ୍ରାୟ ୧୨୦୦ରୁ ୧୩୦୦ ପ୍ରକାରର ବିହନ ସାଇତି ରଖାଯାଇଥିବା ମନ୍ତ୍ରୀ ଦେଖିଥିଲେ।

- Advertisement -

ଏହାପରେ ମନ୍ତ୍ରୀ ଓଡ଼ିଶା ରାଜ୍ୟ ବିହନ ନିଗମର ଚନ୍ଦକାସ୍ଥିତ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ ମଧ୍ୟ ପରିଦର୍ଶନ କରିଥିଲେ। ସେଠାରେ ବିହନର ପ୍ରକ୍ରିୟାକରଣ, ନମୁନା ସଂଗ୍ରହ ଏବଂ ଗୋଦାମରେ ବିହନ କିପରି ସୁରକ୍ଷିତ ଭାବେ ରଖାଯାଉଛି ସେ ସବୁକୁ ବୁଲି ଦେଖିଥିଲେ। ଓଡ଼ିଶା ରାଜ୍ୟ ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ମିଶ୍ର ଏବଂ ଉପସ୍ଥିତ ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀମାନଙ୍କ ସହିତ ଆଲୋଚନା କରିବା ଅବସରରେ ରାଜ୍ୟରେ କୋଭିଡ୍‌-୧୯ ପରିସ୍ଥିତିରେ ଚାଷୀମାନଙ୍କୁ ବିହନ ଯୋଗାଇଦେବା ଦିଗରେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ପଚାରି ବୁଝିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories