www.samajalive.in
Saturday, December 6, 2025
26.1 C
Bhubaneswar

ପାର୍ସଲ ବୋମା ବିସ୍ଫୋରଣ ଘଟଣା; ଏଡିଜେ କୋର୍ଟରେ ସାକ୍ଷୀ ଦେଲେ ଅରୁଣ ବୋଥ୍ରା

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ସାକ୍ଷ୍ୟ ଗ୍ରହଣ ହୋଇଛି। ଘଟଣାକୁ ୬ବର୍ଷ ପୂରିଥିଲେ ମଧ୍ୟ କୋର୍ଟରେ ଏହାର ଶୁଣାଣି ଚାଲିଛି। ଆଜି ପାଟଣାଗଡ଼ ଏଡିଜେ କୋର୍ଟରେ ଆଇପିଏସ ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି। ୬୦ନଂ ସାକ୍ଷୀ ଭାବରେ ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିଛନ୍ତି। ଏହି ସମୟରେ କୋର୍ଟରେ ସରକାରୀ ଓକିଲ ଓ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ଓକିଲ ଉପସ୍ଥିତ ଥିଲେ। ତେବେ କୋର୍ଟରେ କଣ ଶୁଣାଣି ହୋଇଛି ତାହାର ସ୍ପଷ୍ଟ ସୂଚନା ମିଳିନାହିଁ। ବିସ୍ଫୋରଣ ଘଟଣାର ତଦନ୍ତ କରୁଥିଲେ ଅରୁଣ ବୋଥ୍ରା। ବିସ୍ଫୋରଣରେ ନବବଧୂଙ୍କ ସ୍ୱାମୀ ଓ ଜେଜେମାଆଙ୍କ ମୃତ୍ୟୁ ହୋଇଥିଲା।
୨୦୧୮ ମସିହାରେ ଏହି ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ ଘଟିଥିଲା। ପାଟଣାଗଡ଼ ସହରର ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ଘରକୁ ପୁଅ ବାହାଘରରେ ଆସିଥିବା ଏକ ପାର୍ସଲରେ ବୋମା ଥିବାରୁ ଏହାକୁ ଖୋଲିବା ମାତ୍ରେ ବିସ୍ଫୋରଣ ଘଟିଥିଲା। ଏଥିରେ ରବୀନ୍ଦ୍ରଙ୍କ ନବବିବାହିତ ପୁଅ ସୌମ୍ୟଶେଖର ଏବଂ ଜେଜେମାଆଙ୍କ ମୃତ୍ୟୁ ହୋଇଥିଲା। ସୌମ୍ୟଶେଖରଙ୍କ ପତ୍ନୀ ରିମାରାଣୀ ଗୁରୁତର ଆହତ ହୋଇ ଦୀର୍ଘ ଦିନ ଧରି ଚିକିତ୍ସାଧୀନ ହେବା ପରେ ସୁସ୍ଥ ହୋଇଥିଲେ। ଏହି ଘଟଣା ସେତେବେଳେ ରାଜ୍ୟ ତଥା ରାଜ୍ୟ ବାହାରେ ହଇଚଇ ସୃଷ୍ଟି କରିଥିଲା।

 

- Advertisement -

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories