www.samajalive.in
Friday, December 5, 2025
26.1 C
Bhubaneswar

୧୭କୁ ଘୁଞ୍ଚିଲା କେଜ୍ରିଓ୍ବାଲଙ୍କ ଜାମିନ ଶୁଣାଣି

ନୂଆଦିଲ୍ଲୀ : ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ହାଇକୋର୍ଟରେ ନିରାଶ ହେବାକୁ ପଡିଛି। ଜାମିନ ପାଇବାକୁ କେଜରିୱାଲ ଦିଲ୍ଲୀ ହାଇକୋର୍ଟରେ ଯେଉଁ ପିଟିସନ ଦାଏର କରିଥିଲେ, ମଙ୍ଗଳବାର ତାହାର ଶୁଣାଣି ହୋଇଯାଇଛି। ତେବେ ହାଇକୋର୍ଟ ଏହି ପ୍ରସଙ୍ଗରେ ସାତ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ସିବିଆଇକୁ ନିର୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୭କୁ ଧାର୍ଯ୍ୟ କରାଯାଇଛି। ସୂଚନାଯୋଗ୍ୟ ଅବକାରୀ ଦୁର୍ନୀତି ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚଳିତବର୍ଷ ମାର୍ଚ୍ଚ ୨୫ରେ କେଜ୍ରିଓ୍ବାଲଙ୍କୁ ଗିରଫ କରିଥିଲା। ସୁପ୍ରିମକୋର୍ଟ ମେ’ ୧୦ରୁ ଜୁନ ୧ ପର୍ଯ୍ୟନ୍ତ କେଜ୍ରିଓ୍ବାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ତେବେ ଏହି ଅନିୟମିତତା ମାମଲାରେ ସିବିଆଇ ଜୁନ ୨୬ରେ କେଜରିୱାଲଙ୍କୁ ଗିରଫ କରିଥିଲା।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories