www.samajalive.in
Monday, December 15, 2025
26.1 C
Bhubaneswar

କେଜ୍ରିଓ୍ବାଲଙ୍କ ହାଜତ ମିଆଦ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ : ଅବକାରୀ ଦୁର୍ନୀତି ମାମଲାରେ ସିବିଆଇ ଦ୍ବାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସିବିଆଇ ଏହି ମାମଲାରେ ଜୁନ ୨୬ରେ କେଜ୍ରିଓ୍ବାଲଙ୍କୁ ଗିରଫ କରିଥିଲା। ସିବିଆଇ ହେପାଜତରେ ତିନିଦିନ ରହିବା ପରେ ଶନିବାର କେଜ୍ରିଓ୍ବାଲଙ୍କୁ ଅଦାଲତରେ ହାଜର କରାଯାଇଥିଲା। ସୂଚନାଯୋଗ୍ୟ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚଳିତବର୍ଷ ମାର୍ଚ୍ଚ ୨୫ରେ କେଜ୍ରିଓ୍ବାଲଙ୍କୁ ପ୍ରଥମେ ଗିରଫ କରିଥିଲା। ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ଜାମିନ ଆବେଦନ ଏକାଧିକ ଥର ନାମଞ୍ଜୁର ହେବା ପରେ ସୁପ୍ରିମକୋର୍ଟ ଶେଷରେ ମେ’୧୦ରେ କେଜ୍ରିଓ୍ବାଲଙ୍କୁ ୨୧ ଦିନ ପାଇଁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories